ଚିତାଳୋ କଲେଜର ପୂର୍ବତନ ଅଧ୍ୟକ୍ଷ, ସଭାପତି ଗିରଫ, ଏହି ମାମଲାରେ…

ଯାଜପୁର/ ଯାଜପୁର ଟାଉନ୍‌ ୩ା୧(ହର୍ଷବର୍ଦ୍ଧନ ବେହେରା/ ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଜିଲା ଦଶରଥପୁର ବ୍ଲକ ଚିତାଳୋ ଡିଗ୍ରୀ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଅଦ୍ୱୈତ ପ୍ରସାଦ ମଲ୍ଲିକ ଓ ପୂର୍ବତନ ସଭାପତି ବଦ୍ରିନାରାୟଣ ରାୟଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଶୁକ୍ରବାର ଗିରଫ କରାଯାଇଛି। ବାଳିକା ଆତ୍ମରକ୍ଷା କୌଶଳ ତାଲିମ କାର୍ଯ୍ୟକ୍ରମ ପାଇଁ ଆସିଥିବା ୩୨ ଲକ୍ଷ ୭ ହଜାର ୬୨୦ ସରକାରୀ ଅର୍ଥକୁ ଆତ୍ମସାତ କରିଥିବାରୁ ଭିଜିଲାନ୍ସ ପକ୍ଷରୁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏନେଇ କଟକ ଭିଜିଲାନ୍ସ ଥାନାରେ ନଂ. ୪୦/୩୧ା୧୨ା୨୦୨୫ରେ ଏକ ମାମଲା ରୁଜୁ ହୋଇଛି। ଅଭିଯୁକ୍ତମାନଙ୍କ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।
ରାଜ୍ୟ ଯୁବନୀତି ତଥା ଷ୍ଟେଟ୍‌ ୟୁଥ୍‌ ପଲିସି-୨୦୧୩ ନୀତି ଅନୁଯାୟୀ କଲେଜ ଛାତ୍ରୀଙ୍କୁ ଆତ୍ମରକ୍ଷା କୌଶଳ ତାଲିମ କାର୍ଯ୍ୟକ୍ରମ ପ୍ରଣିତ ହୋଇଥିଲା। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ତାଲିମ ପାଇଁ ୨୦୨୪-୨୫ ବର୍ଷରେ ରାଜ୍ୟର ୩୧୬ କଲେଜକୁ ଦିଆଯାଇଥିବା ପ୍ରାୟ ୧ କୋଟି ଟଙ୍କା ଖର୍ଚ୍ଚ ହୋଇପାରି ନ ଥିଲା। ଏଥିପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଡେପୁଟି ସେକ୍ରେଟାରି ରମେଶ ଚନ୍ଦ୍ର ବେହେରା କଲେଜ ପ୍ରିନ୍ସିପାଲମାନଙ୍କୁ ଖର୍ଚ୍ଚ ହୋଇ ନ ଥିବା ସରକାରୀ ଅର୍ଥ ଫେରେଇଦେବାକୁ ୧୪ା୮ା୨୦୨୫ରେ ନିର୍ଦ୍ଦେଶ ଜାରି କରିଥିଲେ। କେତେକ କଲେଜ କର୍ତ୍ତୃପକ୍ଷ ୧୫ା୪ା୨୦୨୫ ସୁଦ୍ଧା ବିନିଯୋଗ ପ୍ରମାଣପତ୍ର(ୟୁସି) ଦାଖଲ କରିପାରି ନ ଥିଲେ। ଏନେଇ ଅଭିଯୋଗ ହେବା ପରେ ଭିଜିଲାନ୍ସ ପକ୍ଷରୁ ତଦନ୍ତ କରାଯାଇଥିଲା।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri