Posted inଜାତୀୟ

କଂଗ୍ରେସକୁ ଝଟ୍‌କା: ଏଏପିରେ ସାମିଲ ହେଲେ ପ୍ରଦୀପ ଛାବ୍ରା

ଚଣ୍ଡିଗଡ଼,୧୩।୮: ସରକାର ବିରୋଧରେ ବିରୋଧୀଙ୍କୁ ଏକଜୁଟ କରିବାରେ ଲାଗିପଡ଼ିଥିବା କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ଚଣ୍ଡିଗଡ଼ କଂଗ୍ରେସର ପୂର୍ବତନ ରାଜ୍ୟ ସଭାପତି ପ୍ରଦୀପ ଛାବ୍ରା ଆମ ଆଦମୀ ପାର୍ଟି(ଏଏପି)ରେ ଯୋଗଦେଇଛନ୍ତି। ଶୁକ୍ରବାର ଦିଲ୍ଲୀ ସ୍ଥିତ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିିୱାଲଙ୍କ ଉପସ୍ଥିତିରେ ପ୍ରଦୀପ ଛାବ୍ରା ଏଏପିର ସଦସ୍ୟତା ଗ୍ରହଣ କରିବା ସହ ଦଳରେ ସାମିଲ ହୋଇଛନ୍ତି। ତାଙ୍କୁ ଓ ତାଙ୍କ ସହକର୍ମୀଙ୍କୁ ଅବହେଳା କରାଯାଇଥିବା ଅଭିଯୋଗରେ ପ୍ରଦୀପ ଛାବ୍ରା ଗତ ସପ୍ତାହରେ ସେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପୱନ ବଂସଲ ଏବଂ ବର୍ତ୍ତମାନର କଂଗ୍ରେସ ସଭାପତି ସୁଭାଷ ଚାୱଲାଙ୍କୁ ତାଙ୍କର ଏକ ଇସ୍ତଫା ପତ୍ର ପଠାଇଥିଲେ। ତେବେ କଂଗ୍ରେସ ପ୍ରଦୀପଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କରି ନ ଥିଲା। ତାଙ୍କୁ ମନାଇବା ପାଇଁ ଦଳର ପ୍ରଭାରୀ ହରିଶ ରାୱତ ପ୍ରଦୀପଙ୍କ ସହ ଫୋନରେ କଥା ହୋଇଥିଲେ। ହେଲେ କୌଣସି ସୁଫଳ ମିଳିପାରି ନ ଥିଲା। ସୂଚନାଯୋଗ୍ୟ, ଲଗାତାର ୬ବର୍ଷରୁ ଚଣ୍ଡିଗଡ଼ କଂଗ୍ରେସର ମୁଖ୍ୟ ଥିବା ପ୍ରଦୀପ ଛାବ୍ରା ଗତ କିଛି ଦିନରୁ ଦଳ ଉପରେ କ୍ରୋଧିତ ଥିଲେ। କୁହାଯାଉଛି, ଯେଉଁଭଳି ତାଙ୍କୁ ମୁଖ୍ୟ ପଦରୁ ହଟାଗଲା ସେଥିରୁ ସେ ଗଭୀର ଆଘାତ ପାଇଥିଲେ। ଦଳ ତାଙ୍କୁ କିଛି ନ ଜଣାଇ ଏହି ପଦରୁ ହଟାଇ ଏକ ନୂତନ ମୁଖ୍ୟ ନିଯୁକ୍ତ କରିଥିଲା ବୋଲି ପ୍ରଦୀପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri