Posted inଜାତୀୟ

କଂଗ୍ରେସକୁ ଝଟ୍‌କା: ଏଏପିରେ ସାମିଲ ହେଲେ ପ୍ରଦୀପ ଛାବ୍ରା

ଚଣ୍ଡିଗଡ଼,୧୩।୮: ସରକାର ବିରୋଧରେ ବିରୋଧୀଙ୍କୁ ଏକଜୁଟ କରିବାରେ ଲାଗିପଡ଼ିଥିବା କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ଚଣ୍ଡିଗଡ଼ କଂଗ୍ରେସର ପୂର୍ବତନ ରାଜ୍ୟ ସଭାପତି ପ୍ରଦୀପ ଛାବ୍ରା ଆମ ଆଦମୀ ପାର୍ଟି(ଏଏପି)ରେ ଯୋଗଦେଇଛନ୍ତି। ଶୁକ୍ରବାର ଦିଲ୍ଲୀ ସ୍ଥିତ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିିୱାଲଙ୍କ ଉପସ୍ଥିତିରେ ପ୍ରଦୀପ ଛାବ୍ରା ଏଏପିର ସଦସ୍ୟତା ଗ୍ରହଣ କରିବା ସହ ଦଳରେ ସାମିଲ ହୋଇଛନ୍ତି। ତାଙ୍କୁ ଓ ତାଙ୍କ ସହକର୍ମୀଙ୍କୁ ଅବହେଳା କରାଯାଇଥିବା ଅଭିଯୋଗରେ ପ୍ରଦୀପ ଛାବ୍ରା ଗତ ସପ୍ତାହରେ ସେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପୱନ ବଂସଲ ଏବଂ ବର୍ତ୍ତମାନର କଂଗ୍ରେସ ସଭାପତି ସୁଭାଷ ଚାୱଲାଙ୍କୁ ତାଙ୍କର ଏକ ଇସ୍ତଫା ପତ୍ର ପଠାଇଥିଲେ। ତେବେ କଂଗ୍ରେସ ପ୍ରଦୀପଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କରି ନ ଥିଲା। ତାଙ୍କୁ ମନାଇବା ପାଇଁ ଦଳର ପ୍ରଭାରୀ ହରିଶ ରାୱତ ପ୍ରଦୀପଙ୍କ ସହ ଫୋନରେ କଥା ହୋଇଥିଲେ। ହେଲେ କୌଣସି ସୁଫଳ ମିଳିପାରି ନ ଥିଲା। ସୂଚନାଯୋଗ୍ୟ, ଲଗାତାର ୬ବର୍ଷରୁ ଚଣ୍ଡିଗଡ଼ କଂଗ୍ରେସର ମୁଖ୍ୟ ଥିବା ପ୍ରଦୀପ ଛାବ୍ରା ଗତ କିଛି ଦିନରୁ ଦଳ ଉପରେ କ୍ରୋଧିତ ଥିଲେ। କୁହାଯାଉଛି, ଯେଉଁଭଳି ତାଙ୍କୁ ମୁଖ୍ୟ ପଦରୁ ହଟାଗଲା ସେଥିରୁ ସେ ଗଭୀର ଆଘାତ ପାଇଥିଲେ। ଦଳ ତାଙ୍କୁ କିଛି ନ ଜଣାଇ ଏହି ପଦରୁ ହଟାଇ ଏକ ନୂତନ ମୁଖ୍ୟ ନିଯୁକ୍ତ କରିଥିଲା ବୋଲି ପ୍ରଦୀପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri