Posted inଜାତୀୟ

ଚନ୍ନି ଭାଜପାରେ ଯୋଗଦେବା ନେଇ ଚର୍ଚ୍ଚା…

ଚଣ୍ଡିଗଡ଼,୮।୪ : କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ଜେଲରୁ ବାହାରିବା ପରେ ପଞ୍ଜାବ କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ପୁଣି ସରଗରମ ହେବାରେ ଲାଗିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ଭାଜପାରେ ଯୋଗଦେବେ ବୋଲି କଳ୍ପନାଜଳ୍ପନା ପ୍ରକାଶ ପାଇଛି। କାରଣ ଚନ୍ନି କିଛି ଦିନ ମଧ୍ୟରେ ପଞ୍ଜାବରେ କେତେକ ଭାଜପା ନେତାଙ୍କୁ ଭେଟିଥିବା ନେଇ ଚର୍ଚ୍ଚା ହେଉଛି। ୨୦୨୨ ପଞ୍ଜାବ ବିଧାନସଭା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଚନ୍ନି ରାଜନୈତିକ ଦୃଶ୍ୟପଟ୍ଟରୁ ଅଦୃଶ୍ୟ ହୋଇଯାଇଥିଲେ। ଅପରପକ୍ଷେ ଦୁର୍ନୀତି ମାମଲାରେ ଜ୍ୱାଇଁ ଗିରଫ ହେବା ପରେ ମଧ୍ୟ ଚନ୍ନିଙ୍କୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡିଥିଲା। ତେବେ ପଞ୍ଜାବୀ ଗାୟକ ତଥା କଂଗ୍ରେସ ନେତା ସ୍ବର୍ଗତ ସିଦ୍ଧୁ ମୁସାୱାଲାଙ୍କ ଗ୍ରାମକୁ ଚନ୍ନିଙ୍କ ପରିଦର୍ଶନ ସୂଚନା ଦେଇଥିଲା ଯେ, ପୂର୍ବତନ ମୁଖ୍ୟମନ୍ତ୍ରୀ ପୁଣି ରାଜ୍ୟ ରାଜନୀତିରେ ସକ୍ରିୟ ହେବା ଆରମ୍ଭ କରିଛନ୍ତି। ରାହୁଲ ଗାନ୍ଧୀ ବିଦେଶ ଗସ୍ତରୁ ଫେରିବା ପରେ ଚନ୍ନି ରାଜସ୍ଥାନରେ ତାଙ୍କର ଭାରତ ଯୋଡ଼ୋ ଯାତ୍ରାରେ ମଧ୍ୟ ନଜର ଆସିଥିଲେ। ସେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ମଧ୍ୟ ଭେଟିଥିଲେ। ତେବେ ସିଦ୍ଧୁଙ୍କୁ ନେଇ ଏବେ ଚନ୍ନି ଦଳରେ ଅସୁରକ୍ଷିତ ଆଶଙ୍କା କରୁଛନ୍ତି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହୃଦୟ ଜିତିଲେ ବୈଭବ ସୂର୍ଯବଂଶୀ, କିମ୍ବଦନ୍ତୀ କ୍ରିକେଟରମାନେ ଯାହା କହିଲେ ତାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୧।୬: ୨୦୨୬ ତ୍ରିରାଷ୍ଟ୍ରୀୟ A-ସିରିଜର ଏକ ଦୁର୍ବଳ ଆରମ୍ଭ ପରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଫର୍ମ ଫେରି ପାଇଛନ୍ତି। ଡାମ୍ବୁଲାରେ ଆଫଗାନିସ୍ତାନ A ବିପକ୍ଷରେ ଭାରତ A…

ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ ମଧ୍ୟରେ ମମତା ବାନାର୍ଜୀଙ୍କୁ ବଡ଼ ଝଟକା; ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ପ୍ରତିକ୍ରିୟା

କୋଲକାତା,୧୧।୬: ବିଧାନସଭାରେ ବିରୋଧୀ ଦଳ ନେତା (LoP) ପଦବୀକୁ ନେଇ ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ବିବାଦ ଦେଖାଦେଇଛି। କଲିକତା ହାଇକୋର୍ଟ ଏହି ମାମଲାରେ ତୁରନ୍ତ ହସ୍ତକ୍ଷେପ…

କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍‌କୁ…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ ଏଣ୍ଟ୍ରି ମାରିଲାଣି ଚାଇନ, ଦେଉଛି ଏମିତି ଉପଦେଶ

ବେଜିଂ,୧୧।୬: ଆମେରିକା ଦ୍ୱାରା ଇରାନ ଉପରେ ପୁନଃ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟ ପୁଣି ଥରେ ଏକ ବଡ଼ ସଙ୍କଟ ଦ୍ୱାରା ଆକ୍ରାନ୍ତ ହୋଇଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଇରାନ ଉପରେ ଆମେରିକାର ଆକ୍ରମଣ ଯୋଗୁ ଖରାପ ହେଉଛି ମଧ୍ୟପ୍ରାଚ୍ୟ ପରିସ୍ଥିତି; ଜୁନ ୧୬ରେ ଫ୍ରାନ୍ସରେ ଏକାଠି ହେବେ G-7 ରାଷ୍ଟ୍ର

ପ୍ୟାରିସ,୧୧।୬: ଜୁନ ୧୬ରେ G7 ଶିଖର ସମ୍ମିଳନୀ ସମୟରେ ମଧ୍ୟପ୍ରାଚ୍ୟ ପରିସ୍ଥିତି ସମ୍ପର୍କରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହେବ। ଫ୍ରାନ୍ସ ଏହି ବିଶେଷ ଅଧିବେଶନକୁ UAE,…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ପୁଣି ବାଜି ମାରିଲା ଭାଜପା! ରାଜ୍ୟ ସଭା ନିର୍ବାଚନରେ ୯ ଭାଜପା ପ୍ରାର୍ଥୀ ଜିତିଲେ

ନୂଆଦିଲ୍ଲୀ,୧୧।୬: ଗୁରୁବାର ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ଏକ ବଡ଼ ଖବର ଆଣିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବା…

ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri