Posted inଜାତୀୟ

ବିଗିଡ଼ିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କ ସ୍ବାସ୍ଥାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ଶ୍ରୀନଗର,୪।୧୦: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ନ୍ୟାସନାଲ କନଫରେନ୍ସ (ଏନସି) ସଭାପତି ଡକ୍ଟର ଫାରୁକ ଅବଦୁଲ୍ଲାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଶ୍ରୀନଗରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦଳୀୟ ନେତାଙ୍କ ଅନୁଯାୟୀ, ୮୭ ବର୍ଷୀୟ ଫାରୁକ ଅବଦୁଲ୍ଲା ଏହି ସପ୍ତାହ ଆରମ୍ଭରେ ପେଟ ସଂକ୍ରମଣ ଅଭିଯୋଗ କରିଥିଲେ ଏବଂ ଡାକ୍ତରଙ୍କ ପରାମର୍ଶରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
ରିପୋର୍ଟ ଅନୁଯାୟୀ, ଗତ କିଛି ଦିନ ଧରି ସେ ଅସୁସ୍ଥ ଅନୁଭବ କରୁଥିଲେ ଏବଂ ଲଗାତାର ଦୁର୍ବଳତା ଅନୁଭବ କରୁଥିଲେ। ଡାକ୍ତରଙ୍କ ଏକ ଟିମ୍‌ ତାଙ୍କୁ ନିୟମିତ ଭାବରେ ନଜର ରଖୁଛନ୍ତି ଏବଂ ତାଙ୍କ ଚିକିତ୍ସା ଚାଲିଛି। ହସ୍ପିଟାଲ ସୂତ୍ର ଅନୁଯାୟୀ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଛି ଏବଂ ତାଙ୍କୁ ଆଜି କିମ୍ବା ଆସନ୍ତାକାଲି ଡିସଚାର୍ଜ କରାଯିବାର ସମ୍ଭାବନା ଅଛି।
ନ୍ୟାସନାଲ କନଫରେନ୍ସର ଜଣେ ବରିଷ୍ଠ ନେତା ଗଣମାଧ୍ୟମକୁ କହିଛନ୍ତି, ‘ଡକ୍ଟର ଅବଦୁଲ୍ଲାଙ୍କ ସ୍ବାସ୍ଥ୍ୟାବସ୍ଥା ପୂର୍ବ ଅପେକ୍ଷା ଭଲ ଅଛି। ଡାକ୍ତର ତାଙ୍କୁ ଆହୁରି କିଛି ସମୟ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି। ସେ ଶୀଘ୍ର ଘରକୁ ଫେରିବେ ବୋଲି ଆଶା କରାଯାଉଛି।’


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାଯର୍ର୍‌ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ବୃହତ୍‌ ବିଜୟ ଦିଗରେ ଆର୍‌ଏସ୍‌ପି: ୬ ମାସ ପରେ…

କାଠମାଣ୍ଡୁ,୭ା୩(ପି.ଟି.):ଗତବର୍ଷ ସେପ୍ଟେମ୍ବରରେ ନେପାଳରେ ହିଂସାତ୍ମକ ଜେନ୍‌ ଜି ଆନ୍ଦୋଳନ ଯୋଗୁ କେ.ପି. ଶର୍ମା ଓଲିଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରର ପତନ ଘଟିଥିଲା। ଏହାର ୬ ମାସ ପରେ…

ନୂତନ ପ୍ରଜାତିର ଆମ୍ଫିପୋଡ ଚିହ୍ନଟ: ପ୍ରଥମ ଥର…

ବ୍ରହ୍ମପୁର,୭ା୩(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରଜାତିର ଉଭୟଚର ପ୍ରାଣୀ ଛୋଟ ଚିଙ୍ଗୁଡ଼ି ଆମ୍ଫିପୋଡ ଚିହ୍ନଟ ହୋଇଛି। ଗତ ଅକ୍ଟୋବରରେ ବିଶ୍ୱବିଦ୍ୟାଳୟ…

ଗ୍ରାହକଙ୍କୁ ବଡ଼ ଝଟକା: ଯୁଦ୍ଧ ଯୋଗୁ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସାରା ଦେଶରେ ପଡୁଛି। ଇରାନ ହେର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି, ଯାହା ଫଳରେ ଆମଦାନୀ…

ବୁମରାଙ୍କ ବ୍ରହ୍ମାସ୍ତ୍ର ଆଗରେ ସବୁ ଫେଲ୍‌! କେଉଁ ସ୍ପେଶାଲ୍ ପ୍ଲାନରେ ବ୍ୟାଟରଙ୍କୁ ନାକେଦମ୍ କରୁଛନ୍ତି ଏହି ୟର୍କର କିଙ୍ଗ?

ନୂଆଦିଲ୍ଲୀ,୬।୩: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍‌ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ…

ନୀତିଶ ଯିବେ ଦିଲ୍ଲୀ, ବିହାର ସମ୍ଭାଳିବେ ପୁଅ; କାଲିଠାରୁ ସକ୍ରିୟ ରାଜନୀତିରେ ଏଣ୍ଟ୍ରି, ହୋଇପାରନ୍ତି Dy CM

ପାଟନା,୬।୩: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ରାଜନୀତି ଛାଡ଼ି ଜାତୀୟ ରାଜନୀତିକୁ ଯିବା ପ୍ରାୟତଃ ସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri