Posted inଜାତୀୟ

ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରଲୋକ

ଚଣ୍ଡିଗଡ଼,୨୦ା୧୨: ଭାରତୀୟ ଜାତୀୟ ଲୋକ ଦଳ ମୁଖ୍ୟ ତଥା ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ୍‌ପ୍ରକାଶ ଚୌତାଲାଙ୍କ ଶୁକ୍ରବାର ଦେହାନ୍ତ ହୋଇଛି। ସେ ଆଜି ତାଙ୍କ ଗୁରୁଗାଓଁସ୍ଥିତ ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା।

ସେ ୨ ଡିସେମ୍ବର ୧୯୮୯ରେ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ ଏବଂ ୧୭୧ ଦିନ ଏହି ପଦବୀରେ ରହିଥିଲେ। ଏହା ପରେ ସେ ୧୨ ଜୁଲାଇ ୧୯୯୦ରେ ମୁଖ୍ୟମନ୍ତ୍ରୀ ହୋଇ ପଦବୀରେ ମାତ୍ର ୫ ଦିନ ରହିଥିଲେ।

ଏହା ପରେ ସେ ପୁଣି ୨୨ ମାର୍ଚ୍ଚ ୧୯୯୧ରେ ମୁଖ୍ୟମନ୍ତ୍ରୀ ହୋଇଥିଲେ ଏବଂ ୧୫ ଦିନ ପଦବୀରେ ରହିଥିଲେ। ଓମ୍‌ପ୍ରକାଶ ପୁଣି ୨୪ ଜୁଲାଇ ୧୯୯୯ରେ ମୁଖ୍ୟମନ୍ତ୍ରୀ ଚେୟାରରେ ବସି ୨ ମାର୍ଚ୍ଚ ୨୦୦୦ ପର୍ଯ୍ୟନ୍ତ ରହିଥିଲେ। ତା’ପରେ ସେ ତାଙ୍କର କାର୍ଯ୍ୟକାଳ ପାଞ୍ଚ ବର୍ଷ ପୂରଣ କଲେ। ଅର୍ଥାତ୍‌ ସେ ୨୦୦୫ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିଥିଲେ।

ଓମ୍‌ ପ୍ରକାଶଙ୍କ ପିତା ଚୌଧୁରୀ ଦେବୀ ଲାଲ୍‌ ଦୁଇଥର ହରିୟାଣାର ମୁଖ୍ୟମନ୍ତ୍ରୀ ହୋଇଥିଲେ। ସେ ୨୧ ଜୁନ୍‌ ୧୯୭୭ରେ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ ଏବଂ ପ୍ରାୟ ଦୁଇ ବର୍ଷ ପର୍ଯ୍ୟନ୍ତ ଏହି ପଦରେ ରହିଥିଲେ। ତା’ପରେ ସେ ୨୦ ଜୁନ୍‌ ୧୯୮୭ରେ ମୁଖ୍ୟମନ୍ତ୍ରୀ ହୋଇଥିଲେ ଏବଂ ଏହି ପଦବୀରେ ଦୁଇ ବର୍ଷ ୧୬୫ ଦିନ ରହିଥିଲେ।

ବର୍ତ୍ତମାନ ତାଙ୍କ ପରିବାରର ତୃତୀୟ ପିଢ଼ି ହରିୟାଣା ରାଜନୀତିରେ ସକ୍ରିୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?