Posted inଜାତୀୟ

ନିର୍ବାଚନ ରାଜନୀତିରୁ ଅବସର ନେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୧।୯: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଡି.ଭି ସଦାନନ୍ଦ ଗୌଡା ନିର୍ବାଚନ ରାଜନୀତିରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। ବେଙ୍ଗାଲୁରୁର ଲୋକ ସଭା ସଦସ୍ୟ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଗୌଡାଙ୍କ ଏହି ଆଗାମୀ ଲୋକ ସଭା ନିର୍ବାଚନ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ।
ପୁଣି ଥରେ ରାଜ୍ୟ ଭାଜପା ସଭାପତି ହେବ କି ବୋଲି ତାଙ୍କୁ ପଚରାଯିବାରୁ ଗୌଡା କହିଛନ୍ତି, ମୁଁ ନିର୍ବାଚନ ରାଜନୀତିରୁ ଅବସର ନେବାକୁ ନିଷ୍ପତ୍ତି ନେଇଛି। ୩୦ ବର୍ଷ ଧରି ମୋ ପାର୍ଟି ମୋତେ ସବୁକିଛି ଦେଇଛ। ବିଏସ ୟେଦ୍ୟୁରପ୍ପା (ଭେଟେରାନ ଭାଜପା ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ)ଙ୍କ ପରେ ମୁଁ ଦଳର ସବୁଠାରୁ ବଡ ନେତା ହୋଇପାରିଛି।
ଜୁଲାଇ ୨୦୨୧ରେ ଗୌଡା କେନ୍ଦ୍ର ମନ୍ତ୍ରୀ ପରିଷଦରୁ ଇସ୍ତଫା ଦେଇଥିଲେ। ନରେନ୍ଦ୍ର ମୋଦି ସରକାରରେ ରାସାୟନିକ ପଦାର୍ଥ ଏବଂ ସାର ମନ୍ତ୍ରୀ ହେବା ବ୍ୟତୀତ ଗୌଡା ରେଳବାଇ, ଆଇନ ଏବଂ ପରିସଂଖ୍ୟାନ ପରି ବିଭାଗ ମଧ୍ୟ ସମ୍ଭାଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri