Posted inଜାତୀୟ

ଦିନେ ଥିଲେ ମୁଖ୍ୟମନ୍ତ୍ରୀ, ହେଲେ ଏବେ…

ନୂଆଦିଲ୍ଲୀ,୦୯।୭: ଏକ ବଡ଼ ରଜନୈତିକ ପରିବର୍ତ୍ତନ କ୍ରମରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ନେତା ଚମ୍ପାଇ ସୋରେନ୍‌ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ଼୍ବ ତୁଲାଇଥିବା ବେଳେ ଏବେ ସେ ଏହି ପଦରୁ ଇସ୍ତଫା ଦେଇଛନ୍ତି । ତାଙ୍କ ସ୍ଥାନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଚମ୍ପାଇ ସୋରେନ୍‌ ବର୍ତ୍ତମାନ ରାଜ୍ୟ କ୍ୟାବିନେଟ୍‌ରେ ରହିଛନ୍ତି । ରାଜନୀତିରେ ଏମିତି ବି ସମୟ ଆସିଛି ଯେତେବେଳେ କି ମୁଖ୍ୟମନ୍ତ୍ରୀଙ୍କୁ ନିଜ ପଦ ହରାଇ ମନ୍ତ୍ରୀ ହେବାକୁ ପଡ଼ିଛି ।

ଚମ୍ପାଇଙ୍କ ପରି ମଧ୍ୟ ପ୍ରଦେଶରେ ୨୦୦୩ ରେ ଉମା ଭାରତୀ ମଧ୍ୟ ମୁଖ୍ୟମନ୍ତ୍ରୀ ହୋଇଥିଲେ । ସେ କେବଳ ୨୫୯ ଦିନ ହିଁ ମୁଖ୍ୟମନ୍ତ୍ରୀ ପଦରେ ରହିପାରିଥିଲେ । ତାଙ୍କ ପରେ ବାବୁଲାଲ୍‌ ଗିରି ମୁଖ୍ୟମନ୍ତ୍ରୀ ହୋଇଥିବା ବେଳେ ତାଙ୍କୁ ମଧ୍ୟ ହଟାଯାଇ ଶିବରାଜ ସିଂହ ଚୌହାନଙ୍କୁ ମୁଖ୍ୟମନ୍ତ୍ରୀ କରାଯାଇଥିଲା । ସେହିପରି ତାମିଲନାଡ଼ୁର ୩ ଥରର ମୁଖ୍ୟମନ୍ତ୍ରୀ ପନୀରସିଲଭମ୍‌ ପଦ ଯିବା ପରେ ମନ୍ତ୍ରୀ ଭାବେ କାର୍ଯ୍ୟ କରିଛନ୍ତି। ଏକଦା ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଥିବା ଦେବେନ୍ଦ୍ର ଫର୍ଡନାଭିସ୍‌ ମଧ୍ୟ ଏବେ ଉପ-ମୁଖ୍ୟମନ୍ତ୍ରୀ ପଦରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?