ପୂର୍ବତନ କଲେଜ ଅଧ୍ୟକ୍ଷ ଗିରଫ

ଢେଙ୍କାନାଳ ଅଫିସ, ୧୨।୩: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ବୀରାଶାଳା ଆଞ୍ଚଳିକ ଡିଗ୍ରୀ କଲେଜର ପୂର୍ବତନ ଅଧ୍ୟକ୍ଷ ଅଟଳ ବିହାରୀ ବାରିକ ଗିରଫ ହୋଇଛନ୍ତି। ତାଙ୍କ ବିରୋଧରେ ଜାଲ ପ୍ରମାଣପତ୍ର ଦେଇ ଅଧ୍ୟକ୍ଷ ପଦବୀ ହାତେଇବା ଏବଂ ଶିକ୍ଷାନୁଷ୍ଠାନର ୪ ଲକ୍ଷ ଟଙ୍କା ଆତ୍ମସାତ୍‌ କରିଥିବା ଅଭିଯୋଗ ହୋଇଥିଲା। ଦୀର୍ଘ ୫ବର୍ଷ ହେଲା ସେ ପୋଲିସ ଆଖିରେ ଧୂଳିଦେଇ ଫେରାର ଥିଲେ। ଯାଜପୁର ଜିଲା ସୁକିନ୍ଦା ଥାନା ବରଡ଼ିସ୍ଥିତ ନିଜସ୍ବ ଘରେ ଆତ୍ମଗୋପନ କରି ରହିଥିବା ସୂଚନା ପାଇ ଶନିବାର ଏକ ପୋଲିସ ଟିମ୍‌ ଚଢ଼ାଉ କରି ତାଙ୍କୁ ଗିରଫ କରିଛି।
ସୂଚନାଯୋଗ୍ୟ, ବୀରାଶାଳା ଆଞ୍ଚଳିକ ଡିଗ୍ରୀ କଲେଜରେ ୨୦୦୮ରୁ ୨୦୧୮ ଯାଏ ଅଧ୍ୟକ୍ଷ ପଦବୀରେ ରହିଥିଲେ ଅଟଳବିହାରୀ। ସେ ଛତିଶଗଡ଼ର ରବିଶଙ୍କର ଶୁକ୍ଳା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ପିଜି) ପାସ୍‌ କରିଥିବା କହି ଜାଲ ପ୍ରମାଣପତ୍ର ଦାଖଲ କରି କଲେଜ ଅଧ୍ୟକ୍ଷ ପଦବୀକୁ କରାୟତ୍ତ କରିଥିଲେ। କେବଳ ଏତିକି ନୁହେଁ, ଶିକ୍ଷାନୁଷ୍ଠାନର ଉନ୍ନୟନ ବାବଦ ବହୁ ଲକ୍ଷ ଟଙ୍କା ଆତ୍ମସାତ୍‌ କରିଥିବା ନେଇ ତାଙ୍କ ସହକର୍ମୀ ଏବଂ ଛାତ୍ରୀଛାତ୍ର କାମାକ୍ଷାନଗର ଉପଖଣ୍ଡ ଦାୟିତ୍ୱରେ ଥିବା ସେତେବେଳର ଉପଜିଲାପାଳ କଳ୍ପତରୁ ବେହେରାଙ୍କ ନିକଟରେ ଅଭିଯୋଗ କରିଥିଲେ। ତତ୍କାଳୀନ ଜିଲାପାଳ ବେହେରା ସୂଚନା ଅଧିକାର ଆଇନ ବଳରେ ଏ ସଂକ୍ରାନ୍ତ ତଥ୍ୟ ଲୋଡ଼ିଥିବା ବେଳେ ହସ୍ତଗତ ହୋଇଥିବା ସୂଚନାରୁ ଅଭିଯୋଗ ସତ୍ୟ ବୋଲି ପ୍ରମାଣିତ ହୋଇଥିଲା। ଏହାପରେ ଅଟଳବିହାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କଙ୍କଡ଼ାହାଡ଼ ଥାନାରେ ଏକ ମାମଲା (ନଂ ୫୧/୧୮) ରୁଜୁ କରାଯାଇଥିଲା। ଏହାପରେ ଦୀର୍ଘ ୫ବର୍ଷ ହେଲା ଅଭିଯୁକ୍ତ ଫେରାର ଥିଲେ। ପୋଲିସ ତାଙ୍କୁ ଧରିବା ଲାଗି ବିଭିନ୍ନ ସମୟରେ ଚଢ଼ାଉ ଜାରି ରଖିଥିଲେ ମଧ୍ୟ ତାଙ୍କର କୌଣସି ସନ୍ଧାନ ମିଳୁ ନ ଥିଲା। ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ରଙ୍କ ନିର୍ଦ୍ଦେଶରେ ଏସ୍‌ଡିପିଓ ରଞ୍ଜନ କୁମାର ଦେଙ୍କ ନେତୃତ୍ୱରେ ଥାନାଧିକାରୀ ନିର୍ମଳା ଗୋଚ୍ଛାୟତ ଏବଂ ଅନ୍ୟ ପୋଲିସ କର୍ମଚାରୀମାନେ ଶନିବାର ତାଙ୍କୁ ବରଡ଼ିସ୍ଥିତ ବାସଭବନରୁ ଗିରଫ କରିଥିଲେ। ଅଭିଯୁକ୍ତଙ୍କୁ ଅପରାହ୍ନରେ କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ଗୋଚ୍ଛାୟତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri