ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ନୀଳଗିରି, ୦୨/୦୧(ପ୍ରଶାନ୍ତ କୁମାର ବିଶ୍ୱାଳ): ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି ବୁଜିଛନ୍ତି । ଓଡ଼ିଶା ବିଧାନସଭାର ସେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ଗୁରୁବାର ବିଳମ୍ବିତ ରାତିରେ ନୀଳଗିରିରେ ହିଁ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି ।

୭୮ ବର୍ଷ ବୟସରେ ଆଖି ବୁଜିଲେ ଅକ୍ଷୟ ଆଚାର୍ଯ୍ଯ। ଗୁରୁବାର ରାତିରେ ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ତାଙ୍କୁ ପ୍ରଥମେ ନୀଳଗିରି ଡାକ୍ତରଖାନାକୁ ଅଣାଯାଇଥିଲା, ପରେ ଅବସ୍ଥା ସଂକଟାପନ୍ନ ହେବାରୁ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟକୁ ନେଉଥିବା ବେଳେ ଅଧା ରାସ୍ତାରେ ଶେଷ ନିଶ୍ଵାସ ତ୍ୟାଗ କରିଥିଲେ। ନୀଳଗିରି ଆସନରୁ ଦୁଇ ଥର ବିଧାୟକ ହୋଇଥିଲେ ଅକ୍ଷୟ । ସେ ୧୯୮୦-୮୫ ଏବଂ ୧୯୯୫-୨୦୦୦ ଯାଏଁ ଥିଲେ ବିଧାୟକ ଥିଲେ । ଅକ୍ଷୟ କୁମାର ଆଚାର୍ଯ୍ୟ ୧୯୬୯ ମସିହାରେ ଭାରତୀୟ କଂଗ୍ରେସ ଯୋଗ ଦେଇଥିଲେ । ଅକ୍ଷୟ ୧୯୮୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଇନ୍ଦିରା କଂଗ୍ରେସର ପ୍ରାର୍ଥୀ ଭାବରେ ନୀଳଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ ।

ନୀଳଗିରି ନିର୍ବାଚନ ମଣ୍ଡଳୀ ର ବିକାଶ କ୍ଷେତ୍ରରେ ତାଙ୍କର ଅତୁଳନୀୟ ଅବଦାନ ରହିଛି। ତାଙ୍କ ବିୟୋଗରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଶୁକ୍ରବାର ସକାଳେ ତାଙ୍କ ପାର୍ଥିବ ଶରୀର ନୀଳଗିରି ଠାରେ ନୀଳଗିରି ବିଧାୟକ ସନ୍ତୋଷ ଖଟୁଆ, ପୂର୍ବତନ ବିଧାୟକ ସୁକାନ୍ତ କୁମାର ନାୟକ, କଂଗ୍ରେସ ଯୁବନେତା ଆଶିଷ ପଟ୍ଟନାୟକ, ସମର ଦାସ ବହୁ ସଂଖ୍ୟାରେ ନେତା, ସାଧାରଣ ଜନତା, ବୁଦ୍ଧିଜୀବୀ, ଆଇନଜୀବୀ ଉପସ୍ଥିତ ରହି ମାଲ୍ୟାର୍ପଣ ପ୍ରଦାନ କରି ଶୋକ ପ୍ରକାଶ କରିଥିଲେ। ସେ ଜଣେ ଦକ୍ଷ ରାଜନେତା ଓ ପ୍ରଭାବଶାଳୀ ବ୍ୟକ୍ତିତ୍ୱ ର ଅଧିକାରୀ ଥିଲେ । ତାଙ୍କ ବିୟୋଗ ରେ ନୀଳଗିରି ପାଇଁ ଏକ ଅପୂରଣୀୟ କ୍ଷତି କହିଲେ ଅତ୍ୟୁକ୍ତି ହେବ ନାହିଁ ବୋଲି ଉପସ୍ଥିତ ବୁଦ୍ଧିଜୀବୀ କହିଛନ୍ତି ।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ

ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ…

ଭାରତକୁ ବିଶ୍ୱକପ୍ ଜିତାଇଥିବା କ୍ରିକେଟର ଏବେ ଜେଲ୍‌ରେ! ଲାଞ୍ଚ ଯାଚିବା ଅଭିଯୋଗରେ ଶ୍ରୀଲଙ୍କାରେ ଗିରଫ ହେଲେ…

କଲମ୍ବୋ,୧୭।୭: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୨୦୧୮ ଅଣ୍ଡର-୧୯ ବିଶ୍ୱକପ ବିଜେତା ଦଳର ହିରୋ ତଥା ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ମନଜୋତ…

ପାତଲମ୍ବା ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ : ଦନ୍ତା ହାତୀ ଆକ୍ରମଣ ସନ୍ଦେହ; ପୋଲିସ, ବନ ବିଭାଗ ଓ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଆରମ୍ଭ

କଲ୍ୟାଣସିଂହପୁର, ୧୭।୭ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତର ପାତଲମ୍ବା ଜଙ୍ଗଲରୁ ଶୁକ୍ରବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର…

ଦିଗପହଣ୍ଡିରେ ରଥଟଣା ସମ୍ପନ୍ନ: ଶ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀମହାବାହୁ

ଦିଗପହଣ୍ଡି, ୧୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଅନ୍ୟତମ ଗଡ଼ଜାତ ତଥା ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ରାଜଧାନୀ ଦିଗପହଣ୍ଡିରେ ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି…

ପ୍ରଶାସନ କଲା ନାହିଁ, ନିଜେ ତିଆରି କଲେ ରାସ୍ତା

ଖଡ଼ିଆଳ,୧୭ା୭ (ସୁଜିତ କୁମାର ପ୍ରଧାନ)- ଖଡ଼ିଆଳ ଏନ୍‌ଏସି ୱାର୍ଡ ନଂ.୧୧ ପୁଟୁପଡ଼ା ମୁଖ୍ୟ ରାସ୍ତା ଖାଲଖମାପୂର୍ଣ୍ଣ ରହିଥିଲା। ବର୍ଷା ଦିନରେ ରାସ୍ତା କାଦୁଅ ହେବା ସହ ଖାଲରେ…

ହଠାତ ଲଣ୍ଡନରେ ପହଞ୍ଚିଲେ ରୋହିତଙ୍କ ମା’ବାପା, ଲର୍ଡସ ଦିନିକିଆ ପରେ ସନ୍ନ୍ୟାସ ନିଶ୍ଚିତ!

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ସଫଳ ବ୍ୟାଟରଙ୍କ ମଧ୍ୟରୁ ଅନ୍ୟତମ ରୋହିତ ଶର୍ମାଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଇଂଲଣ୍ଡ ବିପକ୍ଷରେ…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ…

ଏନ୍‌ଇଇଟିରେ କ୍ଷୀରୋଦଙ୍କ ସଫଳତା

କଲମପୁର,୧୭ା୭(ଗଣେଶରାମ ବାଗ): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ବଲାଗାଁର କ୍ଷୀରୋଦ କାଣ୍ଡ ଏନ୍‌ଇଇଟିରେ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ବଲାଗାଁର ତ୍ରିନାଥ କାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri