୨୦ ଲକ୍ଷ ଟଙ୍କା ଆତ୍ମସାତ: ସମବାୟ ସମିତିର ପୂର୍ବତନ ସମ୍ପାଦକ ଗିରଫ

ବାଲେଶ୍ୱର,୨୯।୧: ସରକାରୀ ଟଙ୍କା ହେରଫେର କରି ଗିରଫ ହେଲେ ସମବାୟ ସମିତିର ପୂର୍ବତନ ସମ୍ପାଦକ। ଫସଲ ବୀମା ଯୋଜନାରେ ବ୍ୟାପକ ସରକାରୀ ଅର୍ଥ ହରିଲୁଟ କରିବା ଅଭିଯୋଗରେ ଭିଜିଲାନ୍ସ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଦହୁଣ୍ଡା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ସୁବଳ କୁମାର ସାହୁଙ୍କୁ ଗିରଫ କରିଛି।

୨୦୧୪-୧୫ ଆର୍ଥିକ ବର୍ଷରେ ଫସଲ ବୀମା ଯୋଜନା ଅଧୀନରେ ଅଯୋଗ୍ୟ ସଦସ୍ୟମାନଙ୍କୁ ସରକାରୀ ସୁବିଧା ଯୋଗାଇ ଦେବା ପାଇଁ ସୁବଳ ସାହୁ ସରକାରୀ ନଥିପତ୍ରରେ ଜାଲିଆତି କରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ସେ ପ୍ରାୟ ୧୯.୮୦ ଲକ୍ଷରୁ ଅଧିକ ଟଙ୍କାର ସରକାରୀ ପାଣ୍ଠି ଆତ୍ମସାତ କରିଥିବା ତଦନ୍ତରୁ ଜଣାପଡିଛି।

ଘଟଣାରେ ଭିଜିଲାନ୍ସ ବିଭାଗ ପକ୍ଷରୁ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଛି। ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଥର ଗତିରେ ଚାଲିଛି ପୁନରୁଦ୍ଧାର କାର୍ଯ୍ୟ

ଲୋଇସିଂହା,୨୧।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତ ସାନଟିକା ଗ୍ରାମର ଏମଆଇପି କଟାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନିଆଯାଇଛି। ତେବେ ଜୁନ୧୫ ତାରିଖ ଗଡି…

କଟ୍‌ନି ନାଁରେ ଚାଷୀଙ୍କୁ ଶୋଷଣ କରୁଛନ୍ତି ମିଲର

ଭବାନୀପାଟଣା,୨୧ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ମାସେ ବିତିଯାଇଛି। ଆସନ୍ତା ୩୦ରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri