Posted inଖେଳ

ପୂର୍ବତନ କ୍ରିକେଟର ଆଣିଲେ ଯୌନ ଶୋଷଣ ଅଭିଯୋଗ

ମେଲବୋର୍ନ, ୪ା୧- ୧୯୮୫ରେ ଶ୍ରୀଲଙ୍କା ଟୁର୍‌ ସମୟରେ ଟିମ୍‌ ଅଫିସିଆଲଙ୍କ ଦ୍ୱାରା ଯୌନ ଶୋଷଣର ଶିକାର ହୋଇଥିଲେ ବୋଲି ଅଭିଯୋଗ ଆଣିଛନ୍ତି ଜଣେ ପୂର୍ବତନ କ୍ରିକେଟର। ଘଟଣା ବେଳେ ୧୯ ବର୍ଷରୁ କମ୍‌ ଅଷ୍ଟ୍ରେଲିଆ ଦଳର ସଦସ୍ୟ ଥିଲେ ଜେମି ମିଚେଲ। ତାଙ୍କୁ ଏବେ ୫୫ବର୍ଷ ବୟସ।

ଅଷ୍ଟ୍ରେଲିଆନ ବ୍ରଡକାଷ୍ଟିଂ କର୍ପୋରେଶନ (ଏବିସି)କୁ ଏକ ସାକ୍ଷାତ୍‌କାର ଦେବା ବେଳେ ସେ ଏହି ଅଭିଯୋଗ କରିଛନ୍ତି। ସେହି ଟୁର୍‌ ସମୟରେ ମିଚେଲ ଜଣେ ୧୮ ବର୍ଷୀୟ ବ୍ୟାଟ୍ସମ୍ୟାନ ଥିଲେ। ଜାତୀୟ ଦଳର ଜଣେ ଫିଡର ଭାବେ ତାଙ୍କୁ ୧୯ ବର୍ଷରୁ କମ୍‌ ଦଳରେ ସାମିଲ କରାଯାଇଥିଲା। ଅଷ୍ଟ୍ରେଲିଆ ପୋଲିସ ବର୍ତ୍ତମାନ ମିଚେଲଙ୍କ ଅଭିଯୋଗର ତଦନ୍ତ ଆରମ୍ଭ କରିଛି। ତଦନ୍ତ କାର୍ଯ୍ୟରେ ସହଯୋଗ କରିବ ବୋଲି କ୍ରିକେଟ ଅଷ୍ଟ୍ରେଲିଆ ନିର୍ଭର ପ୍ରତିଶ୍ରୁତି ଦେଇଛି।

ମିଚେଲ ତାଙ୍କ ଓକିଲମାନଙ୍କ ଜରିଆରେ କହିଛନ୍ତି, ଏହି ଟୁର୍‌ ତାଙ୍କୁ ଗଭୀର ମାନିସକ ଆଘାତ ଦେଇଥିଲା। ତାହାକୁ ସେ ଆଦୌ ଭୁଲିପାରୁ ନାହାନ୍ତି। ଟୁର୍‌ ବେଳେ ଏସବୁ ଘଟଣା ପଛରେ କି କାରଣ ଥାଇପାରେ ସେ ସବୁର ଉତ୍ତର ଅପେକ୍ଷାରେ ସେ ଅଛନ୍ତି। ୧୯୮୫ ଟୁର୍‌କୁ ନେଇ ତଦନ୍ତ ଆରମ୍ଭ ହୋଇଥିବାରୁ ସେ ବର୍ତ୍ତମାନ ଅଶ୍ୱସ୍ତି ଅନୁଭବ କରୁଥିବା ଏବିସି ଓ୍ବେବ୍‌ସାଇଟ୍‌କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri