Posted inଖେଳ

ପୂର୍ବତନ କ୍ରିକେଟର ସଞ୍ଜୟ ଶତପଥୀଙ୍କ ପରଲୋକ

ଭୁବନେଶ୍ୱର, ୧୭।୫(କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ପୂର୍ବତନ କ୍ରିକେଟର ସଞ୍ଜୟ ଶତପଥୀଙ୍କର ସୋମବାର ମଧ୍ୟରାତ୍ରରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ପେସାରେ ଜଣେ ଡାକ୍ତର ଥିବା ସଞ୍ଜୟ ୧୯୬୫-୬୬ରୁ ୧୯୭୫-୭୬ ମଧ୍ୟରେ ଓଡ଼ିଶା ପକ୍ଷରୁ ୨୩ଟି ପ୍ରଥମଶ୍ରେଣୀ କ୍ରିକେଟ ମ୍ୟାଚରେ ପ୍ରତିନିଧିତ୍ୱ କରିଥିଲେ। ସେ ଜଣେ ଅଲ୍‌ରାଉଣ୍ଡର ଥିଲେ। ୧୯୫୦ ଜାନୁୟାରୀ ୧ରେ ଜନ୍ମିତ ସଞ୍ଜୟଙ୍କ ଘର ବାରିପଦାରେ। ମାତ୍ର ସେ ପରବର୍ତ୍ତୀ ସମୟରେ ଭୁବନେଶ୍ୱର ପଟିଆରେ ରହୁଥିଲେ। ୩୦ ବର୍ଷରୁ ଊର୍ଦ୍ଧ୍ୱ ସମୟଧରି ସେ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଜଣେ ଫିଜିସିଆନଭାବେ କାର୍ଯ୍ୟରତ ଥିଲେ। ଭୁବନେଶ୍ୱର ଆୟୁଷ ହସ୍ପିଟାଲରେ ମଧ୍ୟ ସେ ଜଣେ ପରାମର୍ଶଦାତାଭାବେ କାର୍ଯ୍ୟ କରିଥିଲେ। ଖେଳ ଜୀବନରେ ସେ ଉତ୍କଳ ବିଶ୍ୱବିଦ୍ୟାଳୟ, ଓଡ଼ିଶା ରଣଜୀ, ସେଲ୍‌ ଏବଂ ଇଷ୍ଟଜୋନ୍‌ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ୨୩ଟି ପ୍ରଥମଶ୍ରେଣୀ ମ୍ୟାଚର ୪୨ଟି ଇନିଂସରୁ ସେ ୨୬୫ ରନ ସ୍କୋର କରିଥିଲେ। ତାଙ୍କର ସର୍ବାଧିକ ସ୍କୋର ଥିଲା ୪୯*। ସେହିପରି ସେ ୨୨୭୦ ବଲ୍‌ ବୋଲିଂକରି ୧୨୫୦ ରନ ବିନିମୟରେ ୩୭ଟି ଉଇକେଟ ନେଇଥିଲେ। ୧୯୬୫ ଡିସେମ୍ବର ୧୮ରୁ ୨୦ ପର୍ଯ୍ୟନ୍ତ କଟକର ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ରଣଜୀ ଟ୍ରଫି ମ୍ୟାଚରେ ବେଙ୍ଗଲ ବିପକ୍ଷରେ ସେ ୮୯ ରନ ବିନିମୟରେ ୬ ଉଇକେଟ ସଫଳତା ପାଇଥିଲେ। ୬/୮୯ ହିଁ ଥିଲା ତାଙ୍କର ଶ୍ରେଷ୍ଠ ବୋଲିଂ ଫିଗର। ଥରେ ସେ ୫ ଉଇକେଟ ସଫଳତା ପାଇଥିଲେ। ପ୍ରଥମଶ୍ରେଣୀ କ୍ରିକେଟ କ୍ୟାରିୟର ମଧ୍ୟରେ ସେ ଓ୍ବେଷ୍ଟଇଣ୍ଡିଜ ଓ ଶ୍ରୀଲଙ୍କା ଦଳ ବିପକ୍ଷରେ ମଧ୍ୟ ଖେଳିବା ସୁଯୋଗ ପାଇଥିଲେ। ୧୯୭୫ ଜାନୁୟାରୀ ୪ରୁ ୬ ପର୍ଯ୍ୟନ୍ତ ସେ କଟକରେ ଓ୍ବେଷ୍ଟଇଣ୍ଡିଜ ଏବଂ ନଭେମ୍ବର ୨୩ରୁ ୨୫ ପର୍ଯ୍ୟନ୍ତ କୋଲକାତାର ଇଡେନ ଗାର୍ଡେନ୍ସରେ ଶ୍ରୀଲଙ୍କା ବିପକ୍ଷରେ ୩ ଦିନିଆ ମ୍ୟାଚ ଖେଳିଥିଲେ। ଏହି ଦୁଇଟି ମ୍ୟାଚରେ ସେ ଇଷ୍ଟଜୋନ୍‌ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ସଞ୍ଜୟଙ୍କ ଭାଇ ଶାନ୍ତନୁ ଶତପଥୀ ମଧ୍ୟ ଜଣେ ଦକ୍ଷ କ୍ରିକେଟର ଥିଲେ। ସଞ୍ଜୟଙ୍କ ପରଲୋକରେ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri