Posted inଜାତୀୟ

ଏଏପିରେ ଯୋଗଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ଭଉଣୀ

ନୂଆଦିଲ୍ଲୀ,୩୧।୧୨: ପୂର୍ବତନ କ୍ରିକେଟର ବୀରେନ୍ଦ୍ର ସେହ୍ବାଗଙ୍କ ଭଉଣୀ ଅଞ୍ଜୁ ସେହ୍ବାଗ ଶୁକ୍ରବାର ଆମ ଆଦମୀ ପାର୍ଟିରେ ଯୋଗ ଦେଇଛନ୍ତି । ପାର୍ଟିର ରାଷ୍ଟ୍ରୀୟ ମହାସଚିବ ପଙ୍କଜ ଗୁପ୍ତା ଏବଂ ବିଧାୟକ ସୋମନାଥ ଭାରତୀ ତାଙ୍କୁ ଦଳର ପ୍ରାଥମିକ ସଦସ୍ୟତା ପ୍ରଦାନ କରିଥିଲେ। ଅଞ୍ଜୁ ଏହା ପୂର୍ବରୁ ମଦନଗୀର ୱାର୍ଡରେ କଂଗ୍ରେସ ପକ୍ଷରୁ କାଉନ୍‌ସିଲର ରହିଥିଲେ । ଦଳର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଆଦର୍ଶରେ ଅନୁପ୍ରଣିତ ହୋଇ ଏଏପ୍‌ରେ ଯୋଗ ଦେଇଥିବା ଅଞ୍ଜୁ କହିଛନ୍ତି।

ନଗରନିଗମ ନିର୍ବାଚନ ପୂର୍ବରୁ ସମାଜସେବୀ ଅଞ୍ଜୁ ସେହ୍ବାଗ ଦଳରେ ଯୋଗ ଦେବା ନିଶ୍ଚିତ ଭାବେ ଲାଭ ମିଳିବ ବୋଲି ଏଏପ୍‌ ପକ୍ଷରୁ କୁହାଯାଇଛି। ସେହ୍ବାଗଙ୍କ ୨ ଜଣ ବଡ ଭଉଣୀ ଥିବା ବେଳେ ବିନୋଦ ସାନ ଭାଇ ଅଛନ୍ତି।

ଅଞ୍ଜୁ ୨୦୧୨ରେ କଂଗ୍ରେସ ଟିକେଟରୁ ଦକ୍ଷିଣପୁର ଏକ୍ସଟେସନ ୱାର୍ଡରୁ କାଉନସିଲର ଭାବେ ନିର୍ବାଚନ ଲଢି ଭାଜପାର ଆରତୀ ଦେବୀଙ୍କୁ ୫୫୮ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri