Posted inଖେଳ

ଟିମ୍‌ ଇଣ୍ଡିଆକୁ ଚେତାବନୀ ଦେଲେ ପୂର୍ବତନ କ୍ରିକେଟର୍‌

ନୂଆଦିଲ୍ଲୀ,୧୨।୧: ଭାରତ ଏବଂ ଶ୍ରୀଲଙ୍କା ଦିନିକିଆ ସିରିଜରୁ ଦ୍ରୁତ ବୋଲର ଜଶପ୍ରୀତ ବୁମ୍‌ରାଙ୍କୁ ଅନଫିଟ୍‌ କାରଣରୁ ବାଦ ଦିଆଯାଇଛି। ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ ପାଇଁ ଦଳ ଚୟନ ହେବା ପରେ ବୁମ୍‌ରାଙ୍କୁ ସାମିଲ କରାଯାଇଥିଲା। ତେବେ ଏହା ପରେ ସେ ଆହତ ହୋଇଥିଲେ ଏବଂ ଦଳ ପରିଚାଳନା ତାଙ୍କୁ ଦଳରୁ ବାଦ୍‌ ଦେଇଥିଲା। ସେପ୍ଟେମ୍ବରରେ ହେବାକୁ ଥିବା ଏସିଆ କପ ପରଠାରୁ ବୁମରା ଆହତ କାରଣରୁ ଦଳରୁ ବାଦ୍‌ ପଡୁଛନ୍ତି। ଭାରତୀୟ ଦଳରେ ତାଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଭାରତର ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ବୁମ୍‌ରା ପାଇଁ ଚିନ୍ତିତ ଅଛନ୍ତି। ଆକାଶ କହିଛନ୍ତି, ବୁମ୍‌ରା ସେପ୍ଟେମ୍ବରରୁ କ୍ରିକେଟ ଖେଳି ନ ଥିବାରୁ ମୁଁ ଟିକେ ଚିନ୍ତିତ। ବୋଧହୁଏ ଟିମ ଇଣ୍ଡିଆ ବୁମ୍‌ରାଙ୍କ ବିନା ସମସ୍ତ ପ୍ରକାର ଟୁର୍ନାମେଣ୍ଟ ପାଇଁ ପ୍ରସ୍ତୁତି ଆରମ୍ଭ କରିବାର ସମୟ ଆସିଛି। ଶ୍ରୀଲଙ୍କା ସିରିଜ ପାଇଁ ବୁମ୍‌ରା ଦଳରେ ସାମିଲ ହୋଇଥିଲେ ଏବଂ ଆହତ ଯୋଗୁ ତାଙ୍କୁ ପୁଣି ବାଦ୍‌ ଦିଆଯାଇଥିଲା। ଏହା ଏକ ଭଲ ଲକ୍ଷଣ ନୁହେଁ। କାରଣ ଏହା ବିଶ୍ୱକପ ବର୍ଷ। ତେଣୁ ତାଙ୍କୁ ବାଦ୍‌ ଦେଇ ଆଗକୁ ପ୍ରସ୍ତୁତି କରିବାକୁ ପଡିବ। ବୁମରାଙ୍କ ପରି ବୋଲର ମିଳିବା କଷ୍ଟକର। ଉମରାନ ମଲିକ, ଅର୍ଶଦୀପ ସିଂ, ମହମ୍ମଦ ସିରାଜ ଏବଂ ମହମ୍ମଦ ଶାମି ଦିନିକିଆରେ ଭଲ ପ୍ରଦର୍ଶନ କରୁଛନ୍ତି। ସେମାନଙ୍କୁ ଅଧିକ ସୁଯୋଗ ଦିଆଯିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri