ପରଲୋକରେ ପୂର୍ବତନ କ୍ରିକେଟର ୟଶପାଲ

ନୂଆଦିଲ୍ଲୀ,୧୩।୭: ପୂର୍ବତନ ଭାରତୀୟ କ୍ରିକେଟର ତଥା ୧୯୮୩ର ବିଶ୍ୱ ବିଜେତା ଟିମ୍‌ର ସଦସ୍ୟ ରହିଥିବା ୟଶପାଲ ଶର୍ମାଙ୍କ ପରଲୋକ ଘଟିଛି। ମଙ୍ଗଳବାର ସକାଳେ ୭ଟା ୪୦ରେ ହୃଦ୍‌ଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୬ବର୍ଷ ହୋଇଥିଲା। ସକାଳୁ ମର୍ନିଂ ଓ୍ବାକ୍‌ରୁ ଆସିବା ପରେ ୟଶପାଲଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଥିଲା। ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ତାଙ୍କୁ ସଙ୍ଗେ ସଙ୍ଗେ ହସ୍ପିଟାଲକୁ ନିଆଯାଇଥିଲା। କିନ୍ତୁ ହସ୍ପିଟାଲ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ତାଙ୍କ ବିୟୋଗରେ କ୍ରୀଡ଼ା ଜଗତରେ ଶୋକର ଛାୟା ଖେଳିଯାଇଛି। ୧୯୫୪ ଅଗଷ୍ଟ ୧୧ରେ ପଞ୍ଜାବର ଲୁଧିଆନାରେ ଜନ୍ମଗ୍ରହଣ କରିଥିଲେ ୟଶପାଲ। ୧୯୭୯ରେ ଲଡର୍‌ସରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ୟଶପାଲ ଡେବ୍ୟୁ କରିଥିବା ବେଳେ ୧୯୮୩ରେ ଖେଳାଯାଇଥିବା ମ୍ୟାଚ୍‌ ତାଙ୍କର ଶେଷ ଏକଦିବସୀୟ ରହିଥିଲା। ସେହିପରି ୧୯୭୮ରେ ସେ ଓ୍ବାନ ଡେ’ରେ ଡେବ୍ୟୁ କରିଥିବା ବେଳେ ୧୯୮୫ର ଓ୍ବାନ ଡେ’ ମ୍ୟାଚ୍‌କୁ ସେ ଶେଷଥର ପାଇଁ ଖେଳିଥିଲେ। ଅନ୍ୟପଟେ ୧୯୮୩ରେ ବିଶ୍ୱକପ୍‌ ଜିତିଥିବା ଭାରତୀୟ କ୍ରିକେଟ ଟିମ୍‌ରେ ସେ ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ରହିଥିଲେ। ଏହି ବିଶ୍ୱକପ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ୟଶପାଲ ଶର୍ମା ୮୯ ରନ୍‌ କରି ଚମତ୍କାର ଇନିଂସ କରିଥିଲେ। ଯେଉଁଥିରେ ଟିମ୍‌ ଇଣ୍ଡିଆ ବିଜୟୀ ଲାଭ କରିଥିଲା। ଏତଦ୍‌ ବ୍ୟତୀତ ସେମିଫାଇନାଲରେ ବି ୟଶପାଲ ୬୨ ରନ୍‌ କରି ଭାରତକୁ ଜିତାଇବା ସହ ଇଂଲଣ୍ଡକୁ ପରାସ୍ତ କରିଥିଲେ। ପରେ ଖରାପ୍‌ ପ୍ରଦର୍ଶନ ଯୋଗୁ ୟଶପାଲଙ୍କୁ ଟେଷ୍ଟ ମ୍ୟାଚ୍‌ରୁ ବାହାର କରିଦିଆଯାଇଥିଲା। ପରବର୍ତ୍ତୀ ସମୟରେ ସେ ଆଉ ଓ୍ବାନ ଡେ’କୁ ମଧ୍ୟ ଫେରି ନ ଥିଲେ। ୟଶପାଲ ଭାରତ ପାଇଁ ମୋଟ ୩୭ ଟେଷ୍ଟ ଖେଳିଛନ୍ତି। ଯେଉଁଥିରେ ସେ ୩୪ରନ୍‌ ହାରରେ ମୋଟ ୧୬୦୬ ରନ୍‌ ସଂଗ୍ରହ କରିଥିଲେ। ଅନ୍ୟପଟେ ୪୨ଟି ଓ୍ବାନ ଡେ’ ମ୍ୟାଚ୍‌ରେ ୟଶପାଲ ୮୮୩ ରନ୍‌ କରିବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri