Posted inଜାତୀୟ

ତିହାର ଜେଲର ବାଥରୁମରେ ପଡି ଗୁରୁତର ହେଲେ ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ,୨୫।୫: ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଗୁରୁବାର ପୁଣିଥରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ବାସ୍ଥ୍ୟ ଖରାପ ଥିବା ଅଭିଯୋଗ ଆସିବା ପରେ ତାଙ୍କୁ ପଶ୍ଚିମ ଦିଲ୍ଲୀ ସ୍ଥିତ ଦିନ ଦୟାଲ ଉପାଧ୍ୟାୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନାନୁସାରେ, ମୁଣ୍ଡ ବୁଲାଇବା ପରେ ଜୈନ ତିହାର ଜେଲର ବାଥରୁମରେ ପଡ଼ିଯାଇଥିଲେ। ଏହି ଘଟଣାରେ ସେ ଗୁରୁତର ଆହତ ହୋଇଛନ୍ତି। ଏହାପୂର୍ବରୁ ସତ୍ୟେନ୍ଦ୍ର ଜୈନ ବାଥରୁମରେ ପଡ଼ି ଯିବାରୁ ତାଙ୍କର ମେରୁଦଣ୍ଡରେ ଗଭୀର ଆଘାତ ଲାଗିଥିଲେ। ଗତ ଏକ ସପ୍ତାହରେ ଦ୍ୱିତୀୟ ଥର ପାଇଁ ସତ୍ୟେନ୍ଦ୍ର ଜୈନଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାକୁ ପଡିଥିଲା।

ବର୍ତ୍ତମାନ ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ତିହାର ଜେଲରେ ରହିଛନ୍ତି। ଗୁରୁବାର ସକାଳ ପ୍ରାୟ ୬ଟାରେ ସେ ବାଥରୁମରେ ପଡ଼ିଯାଇଥିଲେ। ବାଥରୁମରେ ପଡ଼ିଯିବା ପରେ ଆହତ ହେବା ପରେ ତାଙ୍କୁ ଚିକିତ୍ସା ପାଇଁ ିଦନ ଦିନଲ ଉପାଧ୍ୟାୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
କୁହାଯାଉଛି ଯେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ମେରୁଦଣ୍ଡ ଅସ୍ତ୍ରୋପଚାର ମଧ୍ୟ କରାଯିବ। ମେରୁଦଣ୍ଡରେ ସମସ୍ୟା ହେତୁ ସେ ଅଣ୍ଟା ବେଲ୍ଟ ପିନ୍ଧନ୍ତି। ମେରୁଦଣ୍ଡରେ ସମସ୍ୟା ଥିବାରୁ ତାଙ୍କୁ ଚିକିତ୍ସା ପାଇଁ କିଛି ଦିନ ପୂର୍ବରୁ ସଫଦରଜଙ୍ଗ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏକ ସପ୍ତାହ ମଧ୍ୟରେ ତାଙ୍କୁ ଦ୍ୱିତୀୟ ଥର ପାଇଁ ଭର୍ତ୍ତି କରାଯାଇଛି।

ସତ୍ୟେନ୍ଦ୍ର ଜେନାଙ୍କ ଅବସ୍ଥା ଅତ୍ୟନ୍ତ ଚିନ୍ତାଜନକ ରହିଛି। ଗତ ଏକ ବର୍ଷ ମଧ୍ୟରେ ତାଙ୍କର ଓଜନ ୩୫ କିଲୋଗ୍ରାମ କମିଯାଇଛି। ସେ ମାଂସପେଶୀ ଆଟ୍ରୋଫିରେ ପୀଡିତ। ଏହି ସବୁ ଘଟଣା ହେତୁ ସତ୍ୟେନ୍ଦ୍ର ଜୈନ ମଧ୍ୟ ଅତ୍ୟଧିକ ଡିପ୍ରେସନରେ ରହୁଛନ୍ତି। ଏହି ପରିପ୍ରେକ୍ଷୀରେ ସେ ଜେଲ ପ୍ରଶାସନକୁ ଏକ ଚିଠି ମଧ୍ୟ ଲେଖିଥିଲେ। ତାଙ୍କୁ ଜେଲରେ ଡିପ୍ରେସନର ଶିକାର କରାଯାଇଥିଲା, ପରେ ତାଙ୍କୁ ଔଷଧ ଏବଂ ଥେରାପି ଦିଆଯାଇଥିଲା। ତାଙ୍କୁ ସାତ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?