ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି ଜ୍ୟୋତିର୍ମୟ ପାଲଙ୍କ ସମେତ ଯୁବନେତା ସାରଦା ବେହେରା, ପ୍ରଦ୍ୟୁମ୍ନ ସାହୁ, ସଙ୍କେତ କୁମାର ରାଉତ, ସର୍ବେଶ୍ୱର ବେହେରା, ଟିଲୁ ମହାପାତ୍ର, ସତ୍ୟାନନ୍ଦ ଖଟୁଆ, ଅବିନାଶ ଦାସ, ମହମ୍ମଦ ଆରିଫ୍, ମହମ୍ମଦ ଇସମାଇଲ, ପ୍ରଶାନ୍ତ କୁମାର ସାହୁ, ପରମଜିତ ପ୍ରୀୟଦର୍ଶୀ ଓ ଦେବୀ ପ୍ରସାଦ ସାହୁଙ୍କ ସମେତ ଶତାଧିକ ଯୁବ କଂଗ୍ରେସ କର୍ମୀ ବିଜେଡିରେ ସାମିଲ ହୋଇଥିଲେ। ବିଜେଡି ବିଧାୟକ ପ୍ରାର୍ଥୀ ବିଧାୟକ ସୁଧୀର କୁମାର ସାମଲ, ଏମ୍ପି ପ୍ରାର୍ଥୀ ଡା. ଅବିନାଶ ସାମଲଙ୍କ ଉପସ୍ଥିତିରେ ସମ୍ପୃକ୍ତ ନେତୃବୃନ୍ଦ ବିଜେଡିରେ ଯୋଗ ଦେଇଥିଲେ। ବିଧାୟକ ଓ ଏମ୍ପି ପ୍ରାର୍ଥୀ ସମସ୍ତଙ୍କୁ ସ୍ବାଗତ କରିଥିଲେ। ବିଜେଡି ଯୁବନେତା କୁମାର ଗୌରବ ସାମଲ ଓ ବାପୁନ ଜେନାଙ୍କ ତତ୍ତ୍ୱାବଧାନରେ ଏହି ମିଶ୍ରଣପର୍ବ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ବିଜେଡି ପକ୍ଷରୁ ନିଯୁକ୍ତ ପର୍ଯ୍ୟବେକ୍ଷକ ଅମରଜିତ୍ ସେନାପତି, ସ୍ମୃତି ରଞ୍ଜନ ସିଂହ, ବିଜେଡି ଜିଲା ସମ୍ପାଦକ ରଞ୍ଜନ ନାୟକ, ମାନସ ମହାରଣା, ଗଙ୍ଗାଧର ରାଉତ, ଯୁବନେତା ଷ୍ଟାଲିମ ମହାନ୍ତିଙ୍କ ସମେତ ନେତୃବୃନ୍ଦ ଓ କର୍ମୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଏକ ଶୋଭାଯାତ୍ରା ବାଜିଚୌକଠାରୁ ବାହାରି ହନୁମାନ ବାଟିକାଠାରେ ପହଞ୍ଚିଥିଲା। ସେଠାରେ ପୂଜାର୍ଚ୍ଚନା ପରେ ପଦଯାତ୍ରାରେ ଯାଇ ଗଣେଶ ମଣ୍ଡପଠାରେ ମିଶ୍ରଣପର୍ବରେ ସାମିଲ ହୋଇଥିଲେ।
Posted inHome Left, ଆମ ଜିଲା ଖବର, ଢେଙ୍କାନାଳ View All
ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…
ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…
‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ…
ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…
୨୨ ବସ୍ତା ଚାଉଳ ସହ ଜିପ୍ ଜବତ, ଡ୍ରାଇଭର ଅଟକ
କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ ଜିପ୍ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…
ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…
ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…
୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ
ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…
ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା
କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…
ବୋଟ୍ରୁ କାଢ଼ୁଥିଲେ ମାଛ ହଠାତ୍ ଟଳିପଡ଼ିଲେ…
ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…
ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା
ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…
Archives

