Odisha Elections 2024

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି ଜ୍ୟୋତିର୍ମୟ ପାଲଙ୍କ ସମେତ ଯୁବନେତା ସାରଦା ବେହେରା, ପ୍ରଦ୍ୟୁମ୍ନ ସାହୁ, ସଙ୍କେତ କୁମାର ରାଉତ, ସର୍ବେଶ୍ୱର ବେହେରା, ଟିଲୁ ମହାପାତ୍ର, ସତ୍ୟାନନ୍ଦ ଖଟୁଆ, ଅବିନାଶ ଦାସ, ମହମ୍ମଦ ଆରିଫ୍‌, ମହମ୍ମଦ ଇସମାଇଲ, ପ୍ରଶାନ୍ତ କୁମାର ସାହୁ, ପରମଜିତ ପ୍ରୀୟଦର୍ଶୀ ଓ ଦେବୀ ପ୍ରସାଦ ସାହୁଙ୍କ ସମେତ ଶତାଧିକ ଯୁବ କଂଗ୍ରେସ କର୍ମୀ ବିଜେଡିରେ ସାମିଲ ହୋଇଥିଲେ। ବିଜେଡି ବିଧାୟକ ପ୍ରାର୍ଥୀ ବିଧାୟକ ସୁଧୀର କୁମାର ସାମଲ, ଏମ୍‌ପି ପ୍ରାର୍ଥୀ ଡା. ଅବିନାଶ ସାମଲଙ୍କ ଉପସ୍ଥିତିରେ ସମ୍ପୃକ୍ତ ନେତୃବୃନ୍ଦ ବିଜେଡିରେ ଯୋଗ ଦେଇଥିଲେ। ବିଧାୟକ ଓ ଏମ୍‌ପି ପ୍ରାର୍ଥୀ ସମସ୍ତଙ୍କୁ ସ୍ବାଗତ କରିଥିଲେ। ବିଜେଡି ଯୁବନେତା କୁମାର ଗୌରବ ସାମଲ ଓ ବାପୁନ ଜେନାଙ୍କ ତତ୍ତ୍ୱାବଧାନରେ ଏହି ମିଶ୍ରଣପର୍ବ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ବିଜେଡି ପକ୍ଷରୁ ନିଯୁକ୍ତ ପର୍ଯ୍ୟବେକ୍ଷକ ଅମରଜିତ୍‌ ସେନାପତି, ସ୍ମୃତି ରଞ୍ଜନ ସିଂହ, ବିଜେଡି ଜିଲା ସମ୍ପାଦକ ରଞ୍ଜନ ନାୟକ, ମାନସ ମହାରଣା, ଗଙ୍ଗାଧର ରାଉତ, ଯୁବନେତା ଷ୍ଟାଲିମ ମହାନ୍ତିଙ୍କ ସମେତ ନେତୃବୃନ୍ଦ ଓ କର୍ମୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଏକ ଶୋଭାଯାତ୍ରା ବାଜିଚୌକଠାରୁ ବାହାରି ହନୁମାନ ବାଟିକାଠାରେ ପହଞ୍ଚିଥିଲା। ସେଠାରେ ପୂଜାର୍ଚ୍ଚନା ପରେ ପଦଯାତ୍ରାରେ ଯାଇ ଗଣେଶ ମଣ୍ଡପଠାରେ ମିଶ୍ରଣପର୍ବରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା...

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି...

୩ନଂ ଜୋନରେ ବିଜେଡିର ପ୍ରଚାର

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ତରଫରୁ ଶୁକ୍ରବାର ୩ନଂ ଜୋନରେ ନିର୍ବାଚନୀ ପ୍ରଚାର ହୋଇଛି। କର୍ମୀ ଏବଂ ସମର୍ଥକ ବେଲବାହାଳି...

ବ୍ରହ୍ମପୁର ରାଜନୀତିରେ ବଡ଼ ହଲଚଲ, ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ

ବ୍ରହ୍ମପୁର,୧୭।୫: ବ୍ରହ୍ମପୁର ରାଜନୀତିରେ ଚହଳ। ଗିରଫ ହେଲେ କଂଗ୍ରେସର ଏମପି ପ୍ରାର୍ଥୀ। ଦିଗପହଣ୍ଡି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁଜିତ କୁମାରଙ୍କୁ ଗିରଫ କରିଛି ପୋଲିସ।...

ଖଲ୍ଲିକୋଟ ନିର୍ବାଚନୀ ହିଂସା: କଡ଼ା ନିର୍ଦ୍ଦେଶ ଦେଲେ ଡିଜିପି ଅରୁଣ ଷଡ଼ଙ୍ଗୀ

କଟକ,୧୭।୫(ଅସମାପିକା ସାହୁ): ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (SIT)ଖଲ୍ଲିକୋଟ ହତ୍ୟା ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି।...

କଂଗ୍ରେସର ପ୍ରଚାର ଜୋରଦାର , ଭୋଟରଙ୍କ ମନମୋହୁଛନ୍ତି ଚିତ୍ରସେନ

ପୁରୁଷୋତ୍ତମପୁର,୧୭।୫ (ସିମାଞ୍ଚଳ ମିଶ୍ର): ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ,ବିଜେଡି ଓ ଭାଜପା ମଧ୍ୟରେ ତ୍ରୀମୁଖି ଲଢେଇ ହେଉଥିବାବେଳେ ପ୍ରଚାରରେ କଂଗ୍ରେସ ପ୍ରାର୍ଥୀ ଚିତ୍ରସେନ ବେହେରା (ଉଜଳ)...

ଭତ୍ତା କହି ସରପଞ୍ଚଙ୍କ ସ୍ବାମୀ ଭୋଟ ପାଇଁ ବାଣ୍ଟୁଛନ୍ତି ଟଙ୍କା

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଙ୍ଗା ପଞ୍ଚାୟତରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ ହୋଇଛି। ପଞ୍ଚାୟତର ସରପଞ୍ଚ ହେମଲତା ଜେନାଙ୍କ ସ୍ବାମୀ ପୀତବାସ...

ଅଭୟାରଣ୍ୟ ପରିଧୀରେ ମଦ ଆଡ୍ଡା, ଜବତ ହେଲା ୧୬୧୮ ଲିଟର ଦେଶୀ ମହୁଲି ମଦ

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ), କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନରେ ୫ଟି ଥାନା ରହିଛି l ଚଳିତ ମାସ ଗତ ୧୪ ତାରିଖ ହାଟଡିହୀ ବ୍ଲକ ସୋସୋ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri