ଦାରିଙ୍ଗବାଡ଼ି ବ୍ଲକ ପୂର୍ବତନ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ, ୩୧।୭: ୨୦୧୮ ମସିହାର ଏକ ଲାଞ୍ଚ ମାମଲାର ବିଚାର କରି ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଶୁଭଦର୍ଶୀ ପଟ୍ଟନାୟକ ଅଭିଯୁକ୍ତ କନିଷ୍ଠ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ହେଲେ ଦାରିଙ୍ଗିବାଡି ବ୍ଲକର ପୂର୍ବତନ କନିଷ୍ଠ ଯନ୍ତ୍ରୀ ଚିତ୍ତରଞ୍ଜନ ବଳିଆରସିଂ।
ଶ୍ରାନିକେତା ପଞ୍ଚାୟତ ଅଞ୍ଚଳର ନହ ପ୍ରଧାନ ଏକ ଗୋଷ୍ଠୀ ସଭାଗୃହ ନିର୍ମାଣ କାର୍ଯ୍ୟ କରିଥିଲେ। ଏହାର ଫାଇନାଲ ବିଲ୍‌ ବାବଦକୁ ୬୦ହଜାର ଟଙ୍କା ବାକି ଥିଲା। ୧୨ ହଜାର ଟଙ୍କା ଦେଲେ ଏହି ବିଲ୍‌ ହେବ ବୋଲି ବଳିଆରସିଂ ସେ ସମୟରେ ନହଙ୍କୁ କହିଥିଲେ। ପୁଣି ୮ ହଜାର ଟଙ୍କା ଦେଲେ ଯାଇ ବିଲ୍‌ କରିବି ବୋଲି କହିଥିଲେ। ଏତେ ଟଙ୍କା ଦେବା ସମ୍ଭବ ନୁହେଁ ବୋଲି ନହ କହିବାରୁ ଶେଷରେ ୬ହଜାରରେ କଥା ଛିଡିଥିଲା। ଏ ନେଇ ନହ ବ୍ରହ୍ମପୁର ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଯୋଜନା ମୁତାବକ ୨୦୧୮ ଫେବୃୟାରୀ ୫ ତାରିଖରେ ସେ ଏହି ଟଙ୍କା ନେଇ ଯନ୍ତ୍ରୀଙ୍କୁ ତାଙ୍କ ସରକାରୀ ବାସଭବନରେ ଦେଇଥିଲେ। ସେଠାରେ ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ ଅଧିକାରୀ ତାଙ୍କୁ ଗିରଫ କରିଥିଲେ। ଏ ନେଇ ଭିଜିଲାନ୍ସରେ ନଂ.୪/୧୮ରେ ଏକ ମାମଲା ରୁଜୁ ହୋଇଥିଲା। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଭିି.ଭି. ରାମଦାସ ମାମଲା ପରିଚଳାନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri