ଦାରିଙ୍ଗବାଡ଼ି ବ୍ଲକ ପୂର୍ବତନ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ, ୩୧।୭: ୨୦୧୮ ମସିହାର ଏକ ଲାଞ୍ଚ ମାମଲାର ବିଚାର କରି ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଶୁଭଦର୍ଶୀ ପଟ୍ଟନାୟକ ଅଭିଯୁକ୍ତ କନିଷ୍ଠ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ହେଲେ ଦାରିଙ୍ଗିବାଡି ବ୍ଲକର ପୂର୍ବତନ କନିଷ୍ଠ ଯନ୍ତ୍ରୀ ଚିତ୍ତରଞ୍ଜନ ବଳିଆରସିଂ।
ଶ୍ରାନିକେତା ପଞ୍ଚାୟତ ଅଞ୍ଚଳର ନହ ପ୍ରଧାନ ଏକ ଗୋଷ୍ଠୀ ସଭାଗୃହ ନିର୍ମାଣ କାର୍ଯ୍ୟ କରିଥିଲେ। ଏହାର ଫାଇନାଲ ବିଲ୍‌ ବାବଦକୁ ୬୦ହଜାର ଟଙ୍କା ବାକି ଥିଲା। ୧୨ ହଜାର ଟଙ୍କା ଦେଲେ ଏହି ବିଲ୍‌ ହେବ ବୋଲି ବଳିଆରସିଂ ସେ ସମୟରେ ନହଙ୍କୁ କହିଥିଲେ। ପୁଣି ୮ ହଜାର ଟଙ୍କା ଦେଲେ ଯାଇ ବିଲ୍‌ କରିବି ବୋଲି କହିଥିଲେ। ଏତେ ଟଙ୍କା ଦେବା ସମ୍ଭବ ନୁହେଁ ବୋଲି ନହ କହିବାରୁ ଶେଷରେ ୬ହଜାରରେ କଥା ଛିଡିଥିଲା। ଏ ନେଇ ନହ ବ୍ରହ୍ମପୁର ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଯୋଜନା ମୁତାବକ ୨୦୧୮ ଫେବୃୟାରୀ ୫ ତାରିଖରେ ସେ ଏହି ଟଙ୍କା ନେଇ ଯନ୍ତ୍ରୀଙ୍କୁ ତାଙ୍କ ସରକାରୀ ବାସଭବନରେ ଦେଇଥିଲେ। ସେଠାରେ ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ ଅଧିକାରୀ ତାଙ୍କୁ ଗିରଫ କରିଥିଲେ। ଏ ନେଇ ଭିଜିଲାନ୍ସରେ ନଂ.୪/୧୮ରେ ଏକ ମାମଲା ରୁଜୁ ହୋଇଥିଲା। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଭିି.ଭି. ରାମଦାସ ମାମଲା ପରିଚଳାନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri