Posted inଖେଳ

ଶାହାଙ୍କୁ ଭେଟିଲେ ଇଂଲଣ୍ଡର ପୂର୍ବତନ ଅଧିନାୟକ, କହିଲେ…

ନୂଆଦିଲ୍ଲୀ,୨।୩: ସୋସିଆଲ ମିଡିଆରେ ହିନ୍ଦୀରେ ପୋଷ୍ଟ ଶେୟାର କରି ଚର୍ଚ୍ଚାରେ ରହୁଥିବା ଇଂଲଣ୍ଡର ପୂର୍ବତନ ଅଧିନାୟକ ଏବେ ଭାରତ ଗସ୍ତରେ ଅଛନ୍ତି। ୪୨ ବର୍ଷର କେଭିନ ପିଟରସେନ ଗୁରୁବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ଏହି ସମୟରେ ଉଭୟଙ୍କ ମଧ୍ୟରେ ଅନେକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ଶାହାଙ୍କୁ ଭେଟିବା ପରେ ପିଟରସନ ତାଙ୍କ ଟୁଇଟର ଆକାଉଣ୍ଟରୁ ଦୁଇଟି ଫଟୋ ଶେୟାର କରିଛନ୍ତି। ଏଥିରେ ଉଭୟ ପରସ୍ପର ସହ ଆଲୋଚନା କରୁଥିବା ଦେଖାଯାଉଛି। ପିଟରସେନ ଫଟୋ ଶେୟାର କରି ଲେଖିଛନ୍ତି, ଆଜି ସକାଳେ ଚମତ୍କାର ସ୍ବାଗତ ପାଇଁ ଶାହାଙ୍କୁ ଧନ୍ୟବାଦ। ଆକର୍ଷକ ବାର୍ତ୍ତାଳାପ। ଆପଣ ଜଣେ ଦୟାଳୁ, ଯତ୍ନଶୀଳ ଏବଂ ପ୍ରେରଣାଦାୟକ ବ୍ୟକ୍ତି।

ପିଟରସେନ ସୋସିଆଲ ମିଡିଆରେ ବହୁତ ସକ୍ରିୟ ରହିଥାନ୍ତି। ସେ ସୋସିଆଲ ମିଡିଆରେ ଇଂରାଜୀ ସହିତ ହିନ୍ଦୀରେ ପୋଷ୍ଟ ଶେୟାର କରିଥାନ୍ତି। ୨୦୦୪ ରେ ଡେବ୍ୟୁ କରିଥିବା ପିଟରସେନ ଇଂଲଣ୍ଡ ପାଇଁ ୧୦୪ ଟେଷ୍ଟରେ ୮,୧୮୧ ରନ ସଂଗ୍ରହ କରିଛନ୍ତି ଏବଂ ୧୦ ଉଇକେଟ ମଧ୍ୟ ନେଇଛନ୍ତି। ୧୩୬ ଦିନିକିଆରେ ୪,୪୪୦ ରନ୍‌ ଏବଂ ୭ ଉଇକେଟ ନେଇଛନ୍ତି। ସେହିଭଳି ୩୭ ଟି-୨୦ରେ ପିଟରସେନ ୧,୧୭୬ ରନ ଏବଂ ୧ ଉଇକେଟ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri