Posted inଖେଳ

IND vs SA ଦ୍ୱିତୀୟ ODI ପୂର୍ବରୁ କ୍ରିକେଟ ଜଗତରୁ ଆସିଲା ଦୁଃଖଦ ଖବର : ଅଚାନକ ପୂର୍ବତନ କ୍ରିକେଟରଙ୍କ …

ନୂଆଦିଲ୍ଲୀ,୩।୧୨: ବୁଧବାର ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ମଙ୍ଗଳବାର କ୍ରିକେଟ ଜଗତରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ରବିନ ସ୍ମିଥଙ୍କ ୬୨ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି। ତାଙ୍କର ମୃତ୍ୟୁ ତାଙ୍କ ଆପାର୍ଟମେଣ୍ଟରେ ହୋଇଥିଲା, ହେଲେ ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ।

ରବିନ ସ୍ମିଥଙ୍କ ପରିବାର ତାଙ୍କ ମୃତ୍ୟୁ ଖବରକୁ ନିଶ୍ଚିତ କରିଛନ୍ତି। ସେ ୧୯୯୨ ବିଶ୍ୱକପ ରନର୍ସ-ଅପ ଦଳର ଅଂଶ ଥିଲେ। ଇଂଲଣ୍ଡ କ୍ରିକେଟ ସ୍ମିଥଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ଲେଖିଛି”ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡର ସମସ୍ତେ ରବିନ ସ୍ମିଥଙ୍କ ଦେହାନ୍ତ ଶୁଣି ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଇଂରାଜୀ ଗଣମାଧ୍ୟମ ଅନୁଯାୟୀ, ରବିନ ସ୍ମିଥ ତାଙ୍କ ଆପାର୍ଟମେଣ୍ଟରେ ମୃତ୍ୟୁବରଣ କରିଛନ୍ତି। ଖବର ଅନୁଯାୟୀ, ସେ ଅସୁସ୍ଥ ନଥିଲେ। ତାଙ୍କର ହଠାତ୍‌ ମୃତ୍ୟୁ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଏବଂ ଚକିତ କରିଛି। ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଜଣାପଡିନି।

ରବିନ ସ୍ମିଥ ୧୯୮୮ ରୁ ୧୯୯୬ ମଧ୍ୟରେ ମୋଟ ୧୩୩ ଟି ଅନ୍ତର୍ଜାତୀୟ ମ୍ୟାଚ ଖେଳି ୬,୫୦୦ ରୁ ଅଧିକ ରନ କରିଥିଲେ। ତାଙ୍କୁ ଜଣେ ମହାନ ବ୍ୟାଟ୍ସମ୍ୟାନ ଭାବରେ ବିବେଚନା କରାଯାଉଥିଲା, ସେ ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରରେ ୧୩ ଟି ଶତକ ଏବଂ ୪୩ ଟି ଅର୍ଦ୍ଧଶତକ ହାସଲ କରିଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri