Posted inଜାତୀୟ

କୃଷକର ପୁଅ ଡରିବ ନାହିଁ, ସିବିଆଇକୁ ୪-୫ କୁର୍ତ୍ତା ପାଇଜାମା ଛଡ଼ା କିଛି ବି ମିଳିବ ନାହିଁ: ଚଢ଼ାଉକୁ ନେଇ କହିଲେ ମଲିକ

ନୂଆଦିଲ୍ଲୀ,୨୨।୨: ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ଘରେ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ ପକ୍ଷରୁ ଗୁରୁବାର ଚଢ଼ାଉ କରାଯାଉଛି। ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ଏହି ଚଢ଼ାଉ ହେଉଛି। ଏହାକୁ ନେଇ ମଲିକ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଏକଛତ୍ରବାଦୀ ଶାସକ ତାଙ୍କୁ ଭୟଭୀତ କରାଇବାକୁ ଚେଷ୍ଟା କରୁଛନ୍ତି। ସେ ଜଣେ କୃଷକଙ୍କ ପୁଅ, ଏହି ଚଢ଼ାଉକୁ ନେଇ ଭୟଭୀତ ହେବେ ନାହିଁ। ଗତ ୩ରୁ ୪ ଦିନ ହେଲାଣି ଅସୁସ୍ଥ ଥିଲେ, ଡାକ୍ତରଖାନାରେ ଭର୍ତ୍ତି ହୋଇଛି। ଏହା ସତ୍ତ୍ୱେ ତାଙ୍କ ଘରେ ଚଢ଼ାଉ କରାଯାଉଛି। ହେଲେ ସେମାନଙ୍କୁ ତାଙ୍କ ୪-୫ କୁର୍ତ୍ତା ପାଇଜାମା ଛଡ଼ା ଆଉ କିଛି ମିଳିବ ନାହିଁ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଏଥିରେ ତାଙ୍କ ଡ୍ରାଇଭର ଏବଂ ସହାୟକ ମଧ୍ୟ ଚଢ଼ାଉକୁ ନେଇ ଅନାବଶ୍ୟକ ଭାବେ ହଇରାଣ ହେଉଥିବା ସେ କହିଛନ୍ତି।

ତେବେ କିରୁ ହାଇଡ୍ରୋ ଇଲେକ୍ଟ୍ରିକ୍‌ ପ୍ରୋଜେକ୍ଟ ମାମଲା ୨୨୦୦ କୋଟି ଟଙ୍କା ମୂଲ୍ୟର ସିଭିଲ କାମ ପାଇଁ ଚୁକ୍ତିନାମା ପ୍ରଦାନରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ମଲିକ ଦାବି କରିଛନ୍ତି ଯେ, ୨୩ ଅଗଷ୍ଟ ୨୦୧୮ରୁ ୩୦ ଅକ୍ଟୋବର ୨୦୧୯ ମଧ୍ୟରେ ଯେତେବେଳେ ସେ ଜମ୍ମୁ କଶ୍ମୀରର ରାଜ୍ୟପାଳ ଥିଲେ, ତାଙ୍କୁ ଦୁଇଟି ଫାଇଲ ଅନୁମୋଦନ ଲାଗି ୩୦୦ କୋଟି ଟଙ୍କା ଲାଞ୍ଚ ଦିଆଯାଇଥିଲା। ସିବିଆଇ ଏହି ଅଭିଯୋଗକୁ ନେଇ ୨ ଏଫଆଇଆର୍‌ ପଞ୍ଜୀକୃତ କରିଥିଲା। ଚେନାବ ଭ୍ୟାଲି ପାୱାର ପ୍ରୋଜେକ୍ଟସ ପାୱାର ଲିମିଟେଡର ପୂର୍ବତନ ଚେୟାରମ୍ୟାନ ନବୀନ କୁମାର ଚୌଧୁରୀ ଏବଂ ଅନ୍ୟ ପୂର୍ବତନ ଅଧିକାରୀ ଏମଏସ ବାବୁ, ଏମ.କେ ମିତ୍ତଲ ଏବଂ ଅରୁଣ କୁମାର ମିଶ୍ର ଏବଂ ପଟେଲଙ୍କ ବିରୋଧରେ ଏଜେନ୍ସି ଏକ ମାମଲା ରୁଜୁ କରିଥିଲା। ଚେନାବ ଭ୍ୟାଲି ପାୱାର ପ୍ରୋଜେକ୍ଟସ ପାୱାର ଲିମିଟେଡ୍‌ର ପୂର୍ବତନ ଚେୟାରମ୍ୟାନ ନବୀନ କୁମାର ଚୌଧୁରୀ ଏବଂ ଅନ୍ୟ ପୂର୍ବତନ ଅଧିକାରୀ ଏମଏସ ବାବୁ, ଏମ.କେ ମିତ୍ତଲ ଏବଂ ଅରୁଣ କୁମାର ମିଶ୍ର ଏବଂ ପଟେଲଙ୍କ ବିରୋଧରେ ଏଜେନ୍ସି ଏକ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri