ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକ

ଗୁଣପୁର,୧୨।୬(ସଂକେତ ପାତ୍ର): ରାୟଗଡା ଜିଲା ଗୁଣପୁରର ପୂର୍ବତନ ବିଧାୟକଙ୍କ ମୃତ୍ୟୁ ହୋଇଛି। ଶୁକ୍ରବାର ଅମଡିଙ୍ଗ୍ ଗ୍ରାମର ରାମମୂର୍ତ୍ତି ଗମାଙ୍ଗଙ୍କ ଭୁବନେଶ୍ୱରରେ ଦେହାନ୍ତ ହୋଇଯାଇଛି । ସେ କିଛି ଦିନ ଧରି ଭୁବନେଶ୍ୱରରେ ଘରଭଡ଼ା ନେଇ ସପରିବାର ରହୁଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବରରେ ପରଲୋକ ହୋଇଛି । ପତ୍ନୀ ହତ୍ୟା ମାମଲାରେ ଆଜୀବନ ସଜା କାଟୁଥିଲେ ରାମମୂର୍ତ୍ତି ଗମାଙ୍ଗ ।

ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟରେ ପଢ଼ୁଥିବା ସମୟରେ ସେ ଜଣେ ଅତି ମେଧାବୀ ଓ ପରିଶ୍ରମୀ ଛାତ୍ର ଥିଲେ । ଅତି କମ୍ ବୟସରେ ସେ ପ୍ରଥମେ ସେବାଶ୍ରମ ବିଭାଗର ଜଣେ ଶିକ୍ଷକ ଭାବେ କାର୍ଯ୍ୟ କରିଥିଲେ । ପରେ ବ୍ୟାଙ୍କ ପରିକ୍ଷାରେ ସଫଳ ହୋଇ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଗୁଣୁପୁରରେ କ୍ୟାଶିୟର ଭାବେ କିଛି ବର୍ଷ କାର୍ଯ୍ୟ କରିଥିଲେ । ଏହାପରେ ତାଙ୍କ ରାଜନୈତିକ ଜୀବନର ଶୁଭାରମ୍ଭ ହୋଇଥିଲା। ସେ ଦୁଇ ଥର ଗୁଣୁପୁର ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇ ଗୁଣୁପୁର ଜନସାଧାରଣଙ୍କ ପ୍ରତିନିଧିତ୍ଵ କରିଥିଲେ।

ପରବର୍ତ୍ତୀ ସମୟରେ ଭାଗ୍ୟ ତାଙ୍କୁ ସାଥି ଦେଲେ ନାହିଁ। ସେ ତାଙ୍କର ଜୀବିତାବସ୍ଥାରେ ଶବର ସାଂସ୍କୃତିକ ସଙ୍ଘ  ଜଣେ ହିତାକାଂକ୍ଷୀ ତଥା ସକ୍ରୀୟ ସଦସ୍ୟ ଥିଲେ। ତାଙ୍କର ଅକାଳ ବିୟୋଗ ଶବର ସାଂସ୍କୃତିକ ସଙ୍ଘର ଏକ ଅପୂରଣୀୟ କ୍ଷତି କହିଲେ ଅତ୍ୟୁକ୍ତି ହେବ ନାହିଁ । ତାଙ୍କ ନିଧନରେ ଶବର ସାଂସ୍କୃତିକ ସଙ୍ଘ ଗଭୀର ଶୋକ ପ୍ରକାଶ କରିଛି । ଭଗବାନ ତାଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଧୌର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ଏବଂ ଦିବଙ୍ଗତ ରାମ ମୂର୍ତ୍ତି ଗମାଙ୍ଗଙ୍କ ଅମର ଆତ୍ମା ଭଗବାନଙ୍କ ଚରଣାବିନ୍ଦରେ ଲୀନ ହେଉ ଏତିକି ଜଗନ୍ନାଥଙ୍କ ନିକଟରେ ଶବର ସାଂସ୍କୃତିକ ସଙ୍ଘ ପରିବାର ପ୍ରଣତି ଜଣାଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri