Posted inଜାତୀୟ

ଓମ ପ୍ରକାଶ ଚୌତାଲାଙ୍କୁ ୪ ବର୍ଷ ଜେଲ

ନୂଆଦିଲ୍ଲୀ,୨୭ ।୫: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ ପ୍ରକାଶ ଚୌତାଲାଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ସିବିଆଇ କୋର୍ଟ । ଆୟଠାରୁ ଅଧିକ ସମ୍ପତ୍ତି ଠୁଳ ମାମଲାରେ କୋର୍ଟ ଏହି ରାୟ ଦେଇଛନ୍ତି । ଦିଲ୍ଲୀର ଏକ କୋର୍ଟ ଚୌତାଲାଙ୍କ ଉପରେ ୫୦ ଲକ୍ଷ ଟଙ୍କା ଜରିମାନା ବି କରିଛନ୍ତି । ଏହାସହ ତାଙ୍କର ୪ ସମ୍ପତ୍ତିକୁ ଆଟାଚ କରାଯିବ । ରାଉଜ ଏଭେନ୍ୟୁ କୋର୍ଟର ରାୟ ମୁତାବିକ ହ୍ୟାଲି ରୋଡ, ଗୁରୁଗ୍ରାମ ଜନପ୍ରତିନିଧି, ପଞ୍ଚକୁଲା ଓ ଅସୋଲା ସ୍ଥିତ ଓପି ଚୌତାଲାଙ୍କ ସମ୍ପତ୍ତିକୁ ଜବତ କରାଯିବ ।
ଏହା ବ୍ୟତୀତ କୋର୍ଟ କେନ୍ଦ୍ରୀୟ ଅନ୍ୱେଷଣ ବ୍ୟୁରୋ(ସିବିଆଇ)କୁ ୫ ଲକ୍ଷ ଟଙ୍କା ଦେବାକୁ କହିଛନ୍ତି । ଯଦି ସେ ଏହି ଜରିମାନା ନ ଦିଅନ୍ତି ତେବେ ଆଉ ୬ ମାସ ଜେଲଦଣ୍ଡ ଭୋଗିବାକୁ ପଡିବ । ସୂଚନାଯୋଗ୍ୟ, ୨୦୦୮ରେ ଓମ ପ୍ରକାଶ ଚୌତାଲା ଓ ଅନ୍ୟ ୫୩ଜଣଙ୍କ ଉପରେ ୧୯୯୯ରୁ ୨୦୦୦ ପର୍ଯ୍ୟନ୍ତ ରାଜ୍ୟରେ ୩,୨୦୬ଜୁନିୟର ବେସିକ ପ୍ରଶିକ୍ଷିତ ଶିକ୍ଷକଙ୍କ ନିଯୁକ୍ତିରେ ଘୋଟାଲା କରିଥିବା ଅଭିଯୋଗ ହୋଇଥିଲା । ଏଥିରେ ସେ ୨୦୧୩ରେ ଦୋଷୀ ସାବ୍ୟସ୍ତ ହୋଇଥିଲେ । ଚୌତାଲାଙ୍କୁ ଜାନୁୟାରୀ ୨୦୧୩ରେ ବି ଜେବିଟି ଘୋଟାଲା ମାମଲାରେ ଦାଷୀ ସାବ୍ୟସ୍ତ କରାଯାଇଥିଲା । ଜେବିଟି ଘୋଟାଲା ବ୍ୟତୀତ ଆୟଠାରୁ ଅଧିକ ସମ୍ପତ୍ତି ଠୁଳ ମାମଲାରେ ବି ଚୌତାଲା ଦୋଷଈ ସାବ୍ୟସ୍ତ ହୋଇଥିଲେ । ଆୟଠାରୁ ଅଧିକ ସମ୍ପତ୍ତି ଠୁଳ ମାମଲାରେ ଅଦାଲତ ସିବିଆଇକୁ ଓମ ପ୍ରକାଶ ଚୌତାଲାଙ୍କୁ ଅଧିକ ସଜା ଶୁଣାଇବାକୁ କହିଥିଲେ । ନଚେତ ଭୁଲ ବାର୍ତ୍ତାଯିବ ବୋଲି କୋର୍ଟ କହିଥିଲେ । ଅନ୍ୟପଟେ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସଜାକୁ କମ କରିବାକୁ ଅପିଲ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri