Posted inଜାତୀୟ

ଓମ ପ୍ରକାଶ ଚୌତାଲାଙ୍କୁ ୪ ବର୍ଷ ଜେଲ

ନୂଆଦିଲ୍ଲୀ,୨୭ ।୫: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ ପ୍ରକାଶ ଚୌତାଲାଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ସିବିଆଇ କୋର୍ଟ । ଆୟଠାରୁ ଅଧିକ ସମ୍ପତ୍ତି ଠୁଳ ମାମଲାରେ କୋର୍ଟ ଏହି ରାୟ ଦେଇଛନ୍ତି । ଦିଲ୍ଲୀର ଏକ କୋର୍ଟ ଚୌତାଲାଙ୍କ ଉପରେ ୫୦ ଲକ୍ଷ ଟଙ୍କା ଜରିମାନା ବି କରିଛନ୍ତି । ଏହାସହ ତାଙ୍କର ୪ ସମ୍ପତ୍ତିକୁ ଆଟାଚ କରାଯିବ । ରାଉଜ ଏଭେନ୍ୟୁ କୋର୍ଟର ରାୟ ମୁତାବିକ ହ୍ୟାଲି ରୋଡ, ଗୁରୁଗ୍ରାମ ଜନପ୍ରତିନିଧି, ପଞ୍ଚକୁଲା ଓ ଅସୋଲା ସ୍ଥିତ ଓପି ଚୌତାଲାଙ୍କ ସମ୍ପତ୍ତିକୁ ଜବତ କରାଯିବ ।
ଏହା ବ୍ୟତୀତ କୋର୍ଟ କେନ୍ଦ୍ରୀୟ ଅନ୍ୱେଷଣ ବ୍ୟୁରୋ(ସିବିଆଇ)କୁ ୫ ଲକ୍ଷ ଟଙ୍କା ଦେବାକୁ କହିଛନ୍ତି । ଯଦି ସେ ଏହି ଜରିମାନା ନ ଦିଅନ୍ତି ତେବେ ଆଉ ୬ ମାସ ଜେଲଦଣ୍ଡ ଭୋଗିବାକୁ ପଡିବ । ସୂଚନାଯୋଗ୍ୟ, ୨୦୦୮ରେ ଓମ ପ୍ରକାଶ ଚୌତାଲା ଓ ଅନ୍ୟ ୫୩ଜଣଙ୍କ ଉପରେ ୧୯୯୯ରୁ ୨୦୦୦ ପର୍ଯ୍ୟନ୍ତ ରାଜ୍ୟରେ ୩,୨୦୬ଜୁନିୟର ବେସିକ ପ୍ରଶିକ୍ଷିତ ଶିକ୍ଷକଙ୍କ ନିଯୁକ୍ତିରେ ଘୋଟାଲା କରିଥିବା ଅଭିଯୋଗ ହୋଇଥିଲା । ଏଥିରେ ସେ ୨୦୧୩ରେ ଦୋଷୀ ସାବ୍ୟସ୍ତ ହୋଇଥିଲେ । ଚୌତାଲାଙ୍କୁ ଜାନୁୟାରୀ ୨୦୧୩ରେ ବି ଜେବିଟି ଘୋଟାଲା ମାମଲାରେ ଦାଷୀ ସାବ୍ୟସ୍ତ କରାଯାଇଥିଲା । ଜେବିଟି ଘୋଟାଲା ବ୍ୟତୀତ ଆୟଠାରୁ ଅଧିକ ସମ୍ପତ୍ତି ଠୁଳ ମାମଲାରେ ବି ଚୌତାଲା ଦୋଷଈ ସାବ୍ୟସ୍ତ ହୋଇଥିଲେ । ଆୟଠାରୁ ଅଧିକ ସମ୍ପତ୍ତି ଠୁଳ ମାମଲାରେ ଅଦାଲତ ସିବିଆଇକୁ ଓମ ପ୍ରକାଶ ଚୌତାଲାଙ୍କୁ ଅଧିକ ସଜା ଶୁଣାଇବାକୁ କହିଥିଲେ । ନଚେତ ଭୁଲ ବାର୍ତ୍ତାଯିବ ବୋଲି କୋର୍ଟ କହିଥିଲେ । ଅନ୍ୟପଟେ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସଜାକୁ କମ କରିବାକୁ ଅପିଲ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri