Posted inଜାତୀୟ

ଏୟାର ହୋଷ୍ଟେସ୍‌ ଗୀତିକା ଆତ୍ମହତ୍ୟା ମାମଲା: ଗୋପାଳ କାଣ୍ଡା ନିର୍ଦ୍ଦୋଷରେ ଖଲାସ

ନୂଆଦିଲ୍ଲୀ,୨୫।୭: ୨୦୧୨ରେ ବହୁଚର୍ଚ୍ଚିତ ଏୟାର ହୋଷ୍ଟେସ ଗୀତିକା ଆତ୍ମହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳ କାଣ୍ଡା ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଦିଲ୍ଲୀର ରାଉଜ୍‌ ଆଭେନ୍ୟୁ କୋର୍ଟ ଏହି ନିଷ୍ପତ୍ତି ଶୁଣାଇଛନ୍ତି । ଗୋପାଳ କାଣ୍ଡାା ବିମାନ କମ୍ପାନୀ ଏମଡିଏଲଆର୍‌ରେ ଏୟାର ହୋଷ୍ଟେସ ଭାବରେ ଗୀତିକା କାର୍ଯ୍ୟ କରୁଥିଲେ ଏବଂ ସେ ୫ ଅଗଷ୍ଟ ୨୦୧୨ରେ ଦିଲ୍ଲୀର ଅଶୋକ ବିହାରରେ ଆତ୍ମହତ୍ୟା କରିଥିଲେ।
ଆତ୍ମହତ୍ୟା ନୋଟରେ ଗୀତା ଏହି ପଦକ୍ଷେପ ପାଇଁ କାଣ୍ଡା ଏବଂ ତାଙ୍କ ଏମଡିଏଲଆର କମ୍ପାନୀର ଜଣେ ବରିଷ୍ଠ ପରିଚାଳକ ଅରୁଣା ଚଢାଙ୍କୁ ଦାୟୀ କରିଥିଲେ। ଏହି ମାମଲାରେ କାଣ୍ଡାଙ୍କୁ ୧୮ ମାସ ଜେଲରେ ରହିବାକୁ ପଡ଼ିଥିଲେ। ଏହା ପରେ ମାର୍ଚ୍ଚ ୨୦୧୪ରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଥିଲା। ଗୀତିକାଙ୍କ ମୃତ୍ୟୁର ପ୍ରାୟ ୬ ମାସ ପରେ ତାଙ୍କ ମା ଅନୁରାଧା ଶର୍ମା ମଧ୍ୟ ଆତ୍ମହତ୍ୟା କରିଥିଲେ।
ଏହି ମାମଲାରେ ନିର୍ଦ୍ଦୋଷରେ ଖଲାସ ହେବା ପରେ ଗୋପାଳ କାଣ୍ଡା କହିଛନ୍ତି, ଏହି ମାମଲାରେ ମୋ ବିରୋଧରେ କୌଣସି ପ୍ରମାଣ ନାହିଁ, ଆଜି ଏହା କୋର୍ଟରେ ପ୍ରମାଣିତ ହୋଇଛି। କାଣ୍ଡା ତତ୍କାଳୀନ ମୁଖ୍ୟମନ୍ତ୍ରୀ ଭୁପିନ୍ଦର ସିଂ ହୁଡାଙ୍କ ସରକାରରେ ଗୃହମନ୍ତ୍ରୀ ଥିଲେ। ଆତ୍ମହତ୍ୟା ମାମଲାରେ ନାଁ ହେବା ପରେ ତାଙ୍କୁ ତାଙ୍କ ପଦ ଛାଡି ୧୮ ମାସ ଜେଲଦଣ୍ଡ ଭୋଗିବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର…

କେନ୍ଦ୍ରୀୟ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଉପହାର: DA ବୃଦ୍ଧିକୁ ମଞ୍ଜୁରୀ ଦେଲେ ସରକାର, ଏଣିକି ଏତେ ବଢିବ ଦରମା

ନୂଆଦିଲ୍ଲୀ,୧୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଆଶ୍ୱସ୍ତି ମିଳିଛି। ସରକାର ମହଙ୍ଗା…

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…

ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

କାମ କରୁଥିବା ବେଳେ ପଡ଼ିଲେ ତଳେ: ଅଂଶୁଘାତରେ  ମୃତ୍ୟୁ ସନ୍ଦେହ

ସମ୍ବଲପୁର,୧୮।୪(ପ୍ରମୋଦ ବହିଦାର): ସମ୍ବଲପୁର ସହର ସମେତ ସମଗ୍ର ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଅଂଶୁଘାତ ସନ୍ଦେହ କରାଯାଉଛି।…

ବନ୍ତରୁ ଉଦ୍ଧାର ହେଲା ଅତି ବିରଳ ସାପ: ଚିକିତ୍ସା ପାଇଁ ଯିବ ନନ୍ଦନକାନନ

ବନ୍ତ,୧୮।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ହରିଜନ ସାହିରୁ ଏକ ଅତି ବିରଳ ରଙ୍ଗର ସାପକୁ ଶୁକ୍ରବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ହଳଦିଆ…

ଇରାନ ସହ କଥା ହେବା ମଧ୍ୟରେ ପୁଣି ଧମକ ଦେଲେ ଟ୍ରମ୍ପ, କହିଲେ ବୁଧବାର ସୁଦ୍ଧା ଡିଲ ନ ହେଲେ…

ଓ୍ବାଶିଂଟନ,୧୮।୪: ଇରାନ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଙ୍କେତ ଦେଇଛନ୍ତି ଯେ ବର୍ତ୍ତମାନର ଯୁଦ୍ଧବିରତି ଅଧିକ ଦିନ ପର୍ଯ୍ୟନ୍ତ ରହିପାରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri