Posted inଜାତୀୟ

ପରଲୋକରେ ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ

ଶିମଲା,୮।୭: ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ବୀରଭଦ୍ର ସିଂଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ବର୍ଷ ହୋଇଥିଲା। ଦୀର୍ଘ ଦିନରୁ ସେ ଅସୁସ୍ଥ ଥିବା ବେଳେ ଗୁରୁବାର ଭୋର ୩ଟା ୪୦ରେ ଶିମଲା ସ୍ଥିତ ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ (ଆଇଜିଏମ୍‌ସି)ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗତ ୨ ମାସ ଭିତରେ ସେ ଦୁଇ ଥର କରୋନାକୁ ହରାଇଛନ୍ତି। ପ୍ରଥମେ ଏପ୍ରିଲ ୧୨ରେ ଓ ପରେ ଜୁନ ୧୧ରେ ସେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। କରୋନାରୁ ସୁସ୍ଥ ହେବା ପରେ ମଧ୍ୟ ତାଙ୍କୁ ନିଃଶ୍ୱାସଜନିତ ସମସ୍ୟା ଦେଖାଦେଇଥିଲା। ତେବେ ଗତ ଦୁଇ ଦିନ ତଳେ ବୀରଭଦ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ସହ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ଆଇଜିଏମ୍‌ସି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କୁ ଭେଣ୍ଟିଲେଟର ରଖାଯାଇଥିଲା। ଡାକ୍ତର ଲଗାତର ଭାବେ ତାଙ୍କ ଉପରେ ନଜର ରଖିଥିଲେ। ହେଲେ ଚିକିତ୍ସାଧିନ ଅବସ୍ଥାରେ ଗୁରୁବାର ତାଙ୍କର ନିଧନ ଘଟିଛି। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ବୀରଭଦ୍ରଙ୍କ କ୍ୟାରିୟର କଥା କହିବାକୁ ଗଲେ ସେ କଂଗ୍ରେସର ଜଣେ ଟାଣୁଆ ନେତା ଥିଲେ। ୯ଥର ବିଧାୟକ ଓ ୫ଥର ଏମ୍‌ପି ଭାବେ ସେ ନିର୍ବାଚିତ ହୋଇଥିଲେ। ଏଥିସହ ସେ ୬ ଥର ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏଥିରୁ ଜଣାପଡ଼େ ଯେ, ହିମାଚଳ ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଭାବେ ତାଙ୍କର କେତେ ଦବ୍‌ଦବା ରହିଥିଲା। ବର୍ତ୍ତମାନ ସେ ସୋଲାନ ଜିଲାର ଅର୍କିର ବିଧାୟକ ରହିଥିଲେ। ଅନ୍ୟପଟେ ଚଳିତ ବର୍ଷ ଜାନୁଆରୀରେ ନିର୍ବାଚନ ରାଜନୀତିରୁ ସେ ସନ୍ୟାସ ନେବେ ବୋଲି ଘୋଷଣା କରିଥିଲେ। ଆସନ୍ତା ନିର୍ବାଚନ ସେ ଲଢ଼ିବେ ନାହିଁ ବୋଲି କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri