Posted inଖେଳ

ପୂର୍ବତନ ହକି ଖେଳାଳି ରବିନ୍ଦର ପାଲ୍‌ ସିଂଙ୍କ ପରଲୋକ

ନୂଆଦିଲ୍ଲୀ, ୯ା୫ (ପି.ଟି.)- ଭାରତର ପୂର୍ବତନ ହକି ଖେଳାଳି ରବିନ୍ଦର ପାଲ୍‌ ସିଂଙ୍କ ଶନିବାର ସକାଳେ ଲକ୍ଷ୍ନୌରେ ପରଲୋକ ହୋଇଯାଇଛି। ତାଙ୍କୁ ୬୦ ବର୍ଷ ବୟସ ହୋଇଥିଲା। କରୋନା ସଂକ୍ରମିତ ହୋଇ ସେ ଦୁଇ ସପ୍ତାହ ହେଲା ଚିକିତ୍ସିତ ହୋଇ ଆସୁଥିଲେ। ରବିନ୍ଦର ୧୯୮୦ ମସ୍କୋ ଅଲିମ୍ପିକ୍ସ ବିଜେତା ଭାରତୀୟ ଦଳର ଅନ୍ୟତମ ସଦସ୍ୟ ଥିଲେ। ସେ ଅବିବାହିତ ଥିଲେ। ସେ ୧୯୮୪ ଲସ୍‌ଏଞ୍ଜେଲ୍ସ ଅଲିମ୍ପିକ୍ସରେ ମଧ୍ୟ ଖେଳିଥିଲେ। ଏହାଛଡ଼ା ୧୯୭୯ରେ ସେ ଜୁନିୟର ବିଶ୍ୱକପ୍‌ରେ ଖେଳିଥିଲେ। ହକି ଛାଡ଼ିବା ପରେ ସେ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆରୁ ସ୍ବେଚ୍ଛାକୃତ ଅବସର ନେଇଥିଲେ। ସୀତାପୁରରେ ଜନ୍ମଗ୍ରହଣ କରିଥିବା ସେଣ୍ଟର ହାଫ୍‌ ଖେଳାଳି ରବିନ୍ଦର ଦୁଇଟି ଅଲିମ୍ପିକ୍ସ ବ୍ୟତୀତ କରାଚୀ(୧୯୮୦ ଓ ୧୯୮୩)ରେ ଚାମ୍ପିୟନ୍ସ ଟ୍ରଫି, ୧୯୮୩ରେ ହଂକଂରେ ସିଲଭର ଜୁବିଲି ଟେନ୍‌ ନେଶନ କପ୍‌ ମୁମ୍ବାଇରେ ୧୯୮୨ ଓ ୧୯୮୩ରେ ଅନୁଷ୍ଠିତ ବିଶ୍ୱକପ୍‌ ଏବଂ ୧୯୮୨ରେ କରାଚୀରେ ଅନୁଷ୍ଠିତ ଏସିଆ କପ୍‌ ବ୍ୟତୀତ ଅନେକ ପ୍ରତିଯୋଗିତାରେ ଭାଗ ନେଇଛନ୍ତି। ଏହି ଡବଲ ଅଲିମ୍ପିଆନଙ୍କ ଦେହାନ୍ତରେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri