ଟିମ୍‌ ଇଣ୍ଡିଆ ବିପକ୍ଷରେ ହାଫ୍‌ସେଞ୍ଚୁରି ମାରିଥିବା ଅନ୍ତର୍ଜାତୀୟ ଖେଳାଳି ଏବେ ଓଡ଼ିଶା ଦଳରେ

ଭୁବନେଶ୍ୱର,୨୯।୮: ହଂକଂର ପୂର୍ବତନ ଅଧିନାୟକ ଅଂଶୁମାନ ରଥ ଚଳିତ ଘରୋଇ ସିଜନରେ ଓଡ଼ିଶା ପାଇଁ ଖେଳିବେ। ଭାରତୀୟ ପାସପୋର୍ଟଧାରୀ ରଥ ଜଣେ ଓଡ଼ିଆ ଖେଳାଳି। ଗତ ଏକ ବର୍ଷ ହେଲା ସେ ହଂକଂ ପାଇଁ ଆଉ ଅନ୍ତର୍ଜାତୀୟ ସ୍ତରରେ ଖେଳୁ ନାହାନ୍ତି। ଏଥି ଯୋଗୁ ବିସିସିଆଇ ଦ୍ୱାରା ଆୟୋଜିତ ଘରୋଇ ସିଜନରେ ଖେଳିବାକୁ ଯୋଗ୍ୟ ହୋଇଛନ୍ତି।

୨୩ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନଙ୍କୁ ବିଦର୍ଭ ଦଳରେ ସ୍ଥାନ ପାଇବା ପାଇଁ ପ୍ରୟାସ କରିଥିଲେ। କିନ୍ତୁ ବିଫଳ ହେବାରୁ ସେ ଓଡ଼ିଶା ଦଳର ମ୍ୟାନେଜମେଣ୍ଟ ସହ କଥା ହୋଇଥିଲେ।

ଉଲ୍ଲେଖଯୋଗ୍ୟ, ଅନ୍ତର୍ଜାତୀୟ ସ୍ତରରେ ସେ ଟିମ୍‌ ଇଣ୍ଡିଆ ବିପକ୍ଷରେ ମ୍ୟାଚ୍‌ ଖେଳିଛନ୍ତି। ତାଙ୍କ ନେତୃତ୍ୱାଧୀନ ହଂକଂ ୨୦୧୮ ଏସିଆ କପ୍‌ର ଏକ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଭାରତକୁ କଡ଼ା ଚ୍ୟାଲେଞ୍ଜ ଦେଇଥିଲା। ସେ ୯୭ ବଲରେ ୭୩ ରନ୍‌ର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ସେଥିରେ ଥିଲା ୪ ଚୌକା ଓ ଏକ ଛକା। ଅନ୍ତର୍ଜାତୀୟ ସ୍ତରରେ ୧୮ ଦିନିକିଆ ଓ ୨୦ ଟି୨୦ ମ୍ୟାଚ୍‌ ଖେଳିଥିଲେ। ହଂକଂ ପାଇଁ ୧୧୪୯ ରନ୍‌ କରିଥିବା ରଥଙ୍କ ନାମରେ ଅଛି ୧ ଶତକ ଓ ୭ ଅର୍ଦ୍ଧଶଷତକ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri