Posted inଖେଳ

ପୂର୍ବତନ ଆଇଏଏଏଫ୍‌ ମୁଖ୍ୟ ଲାମିନେ ଡିଆକଙ୍କୁ ଜେଲ୍‌

ପ୍ୟାରିସ୍‌,୧୭।୯(ଏପି): ଇଣ୍ଟରନ୍ୟାଶନାଲ ଆସୋସିଏଶନ ଅଫ୍‌ ଆଥଲେଟିକ ଫେଡେରେଶନ (ଆଇଏଏଏଫ୍‌) ପୂର୍ବତନ ଅଧ୍ୟକ୍ଷ ତଥା ସେନେଗାଲର ଜଣାଶୁଣା ବ୍ୟବସାୟୀ ଲାମିନ୍‌ ଡିଆକଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ବ୍ୟାପକ ଡୋପିଂ ସତ୍ତ୍ୱେ ବହୁ ପରିମାଣରେ ଉତ୍କୋଚ ନେଇ ସେ ରୁଷୀୟ ଆଥଲେଟମାନଙ୍କୁ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ସୁଯୋଗ ଦେଇଥିଲେ। ଏଥିରେ ବହୁ ପରିମାଣର ଅର୍ଥ ସେ ଲାଞ୍ଚ ନେଇଥିଲେ। ଏହି ଅଭିଯୋଗରେ ତାଙ୍କୁ ବୁଧବାର ପ୍ୟାରିସ୍‌ର ଏକ କୋର୍ଟ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ୮୭ ବର୍ଷୀୟ ଡିଆକ୍‌ ୧୯୯୯ରୁ ୨୦୧୫ ପର୍ଯ୍ୟନ୍ତ ଆଇଏଏଏଫ୍‌ର ମୁଖ୍ୟ ଭାବେ କାର୍ଯ୍ୟ କରିଥିଲେ। ଜେଲ ଦଣ୍ଡ ସହ ତାଙ୍କ ଉପରେ ୫,୯୦,୦୦୦ ଆମେରିକୀୟ ଡଲାର ଜରିମାନା ଧାର୍ଯ୍ୟ କରାଯାଇଛି। ଡିଆକ ବିରୋଧରେ ଏକାଧିକ ଦୁର୍ନୀତି ଅଭିଯୋଗ ଆସିଛି। ଜୁନ୍‌ରେ ଡିଆକଙ୍କ ବିରୋଧାର କୋର୍ଟରେ ଟ୍ରାଏଲ ଆରମ୍ଭ ହୋଇଥିଲା। ଏହି ମାମଲାରେ ଡିଆକଙ୍କ ସମେତ ତାଙ୍କ ପୁଅ ପାପା ମାସାଟା ଡିଆକ୍‌ ଓ ଅନ୍ୟ ୫ ଜଣ ମଧ୍ୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri