ଚର୍ଚ୍ଚାରେ ପୂର୍ବତନ ଆଇଆଇସି: ହେଡ୍‌କ୍ୱାଟର ବଦଳି ପରେ ଏବେ ନିଲମ୍ବନ ….

ବଡ଼ଚଣା,୧୩।୯: ପୂର୍ବତନ ବଡ଼ଚଣା ଥାନା ଅଧିକାରୀ ମଧୁସ୍ମିତା ବେହେରାଙ୍କୁ ନିଲମ୍ବନ କରାଯାଇଛି। ମଧୁସ୍ମିତା ବେହେରାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ପଦର ଅପବ୍ୟବହାର କରିବା ନେଇ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

ତେବେ ସବୁଠାରୁ ବଡ଼ କଥା ହେଉଛି ନିକଟରେ ପୂର୍ବତନ ଆଇଆଇସି ଚର୍ଚ୍ଚାକୁ ଆସିଥିଲେ ତାଙ୍କର ଏକ ଭିଡିଓ ମଧ୍ୟ ଭାଇରାଲ ହୋଇଥିଲା।ନିକଟରେ ଏକ କଣ୍ଟେନରରୁ ୭୬ ଗୋରୁଙ୍କୁ ଆଇଆଇସି ଉଦ୍ଧାର କରିଥିଲେ।ସେଥିରୁ ୨୮ ଗାଈଙ୍କ ମୃତ୍ୟୁ ହୋଇଥିଲା। ସୁସ୍ଥ ଥିବା ୪୮ ଗୋମାତାଙ୍କୁ ଚୌଦ୍ୱାର ଗୋଶାଳାକୁ ପଠାଯାଇଥିଲା। ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ନଳୀପୁରଠାରୁ (ୟୁପି୨୮ସିଟି୦୪୪୧) କଣ୍ଟେନରରେ କୋଲକାତାକୁ ଗୋଚାଲାଣ କରାଯାଉଥିଲା। ବଡ଼ଚଣା ଥାନା ଅଧିକାରୀ ମଧୁସ୍ମିତା ବେହେରା କୌଣସି ସୂତ୍ରରୁ ଖବର ପାଇ ଉକ୍ତ ଗାଡ଼ିର ପିଛା କରି ୫୩ନଂ. ଜାତୀୟ ରାଜପଥର ବଡ଼ଚଣା ଥାନା ଅନ୍ତର୍ଗତ କୁନ୍ଦଳ-ବେଣାପୁର ପୋଲ ନିକଟରେ ଗାଡ଼ିକୁ ଅଟକାଇଥିଲେ। ବେଆଇନ ଗୋଚାଲାଣ ହେଉଥିବା ଜାଣି ସେ ଗାଡ଼ିକୁ ଥାନାକୁ ଆଣିଥିଲେ। ଗୋମାତାଙ୍କୁ ଗାଡ଼ିରୁ ଉଦ୍ଧାର କରିବାବେଳେ ସେଥିରୁ ୨୮ ଗୋରୁ ଶ୍ୱାସ ରୁଦ୍ଧହୋଇ ମରିଯାଇଥବା ଦେଖିବାକୁ ମିଳିଥିଲା। ବଡ଼ଚଣା ପୋଲିସ ଓ ସ୍ଥାନୀୟ ଲୋକଙ୍କ ସାହାଯ୍ୟାରେ ମୃତ ଗୋମାତାଙ୍କୁ ଖଇରା ପଡ଼ିଆରେ ପୋତାଯାଇଥିଲା। ତେବେ ଏହି ସମୟରେ ଆଇଆଇସି ଭୋଭୋ କାନ୍ଦୁଥିବା ଦେଖିବାକୁ ମିଳିଥିଲା। ଥାନା ଅଧିକାରୀଙ୍କ ଏପରି କାର୍ଯ୍ୟକୁ ବୁଦ୍ଧିଜୀବୀ ପ୍ରଶଂସା କରିବା ସହ ଗୋ ଚାଲାଣକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରଥିଲେ। ଘଟଣାର ଖୁବ୍‌ କମ୍‌ ଦିନ ମଧ୍ୟରେ ତାଙ୍କୁ ବଦଳି କରାଯାଇଥିଲା। ଏନେଇ ବଡ଼ଚଣା ପରିସରରେ ଲୋକେ ଆନ୍ଦୋଳନ କରିଥିବା ଦେଖିବାକୁ ମିଳିଥିଲା ସେମାନେ ଆଇଆଇସିଙ୍କ ବଦଳିକୁ ଗ୍ରହଣ କରପାରି ନଥିଲେ।ତେବେ ପରେ ହଠାତ ଆଇଆଇସିଙ୍କ ନିଲମ୍ବନକୁ ନେଇ ବିଭିନ୍ନ ଚର୍ଚ୍ଚା ହେଉଛି। ଉପରୁ ଚାପ ପଡ଼ିଥିବା ମଧ୍ୟ ଚର୍ଚ୍ଚାହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri