ପୂର୍ବତନ ସ୍ବାଧୀନ ବିଧାୟକ କପିଳ ନାରାୟଣଙ୍କ ପରଲୋକ

ନୂଆପଡ଼ା ଅଫିସ/ଖଡ଼ିଆଳ, ୨୨।୯(ଡି.ଏନ.ଏ.): ନୂଆପଡା ଜିଲା ଖଡିଆଳ ନିର୍ବାଚନ ମଣ୍ଡଳୀର ପୂର୍ବତନ ସ୍ବାଧୀନ ବିଧାୟକ କପିଳ ନାରାୟଣ ତିୱାରୀଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୯୩ ବର୍ଷ ହୋଇଥିଲା। ବାର୍ଦ୍ଧକ୍ୟଜନିତ ଯୋଗୁ ଗତ କିଛିଦିନ ହେବ ସେ ଅସୁସ୍ଥ ଥିଲେ। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ମରଶରୀର ଏକ ଶୋଭାଯାତ୍ରାରେ ଖଡ଼ିଆଳ ଗାୟତ୍ରୀ ନଗରଠାରୁ ବାହାରି ତାଙ୍କ ପୈତୃକ ସ୍ଥାନ ୱାର୍ଡ ନମ୍ବର ୩ ପଟ୍ଟନାୟକପଡା ପର୍ଯ୍ୟନ୍ତ ଯାଇଥିଲା। ଶୋଭାଯାତ୍ରାରେ ଅଞ୍ଚଳର ହଜାର ହଜାର ଲୋକ ତାଙ୍କ ଶେଷ ଦର୍ଶନ କରିଥିଲେ। ପରେ ହିନ୍ଦୁ ରୀତିନୀତିରେ ରାଜା ଆର୍ତ୍ତତ୍ରାଣ ଉଚ୍ଚ ବିଦ୍ୟାଳୟ ପଛପଟେ ଥିବା ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ତାଙ୍କ ପୁତୁରା ପଙ୍କଜ ତିୱାରୀ ମୁଖାଗ୍ନି ଦେଇଥିଲେ। ମନୋଜ ତିୱାରୀ, ନିରୁ ତିୱାରୀ, ବାବୁଲୁ ତିୱାରୀଙ୍କ ସହ ବନ୍ଧୁପରିଜନ ଉପସ୍ଥିତ ଥିଲେ। ପ୍ରଶାସନ ପକ୍ଷରୁ ଖଡିଆଳ ଅତିରିକ୍ତ ତହସିଲଦାର ଭୂପେନ୍ଦ୍ର ସିଂ ଉପସ୍ଥିତ ଥିଲେ। ସ୍ବର୍ଗତ ବିଧାୟକ ନାରାୟଣଙ୍କ ୨ ଝିଅ ଜଣେ କଟକ ଓ ଅନ୍ୟ ଜଣେ ମୁମ୍ବାଇରେ ରହୁଥିବାରୁ ତାଙ୍କ ପୁତୁରାମାନେ ସବୁ କାର୍ଯ୍ୟ ତୁଲାଉଛନ୍ତି।

୧୯୨୯ ଜୁନ ୧୪ରେ ଖଡ଼ିଆଳିରେ କପିଳ ନାରାୟଣ ତିୱାରୀ ଜନ୍ମ ଗ୍ରହଣ କରିଥିଲେ। ୧୯୭୭ ଜୁନ ୨୬ରେ ଖଡିଆଳ ନିର୍ବାଚନ ମଣ୍ଡଳୀରୁ ସ୍ବାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ସ୍କୁଲରେ ଅଧ୍ୟୟନ କରିବା ସମୟରୁ ଜନସେବାରେ ଲିପ୍ତ ଥିଲେ। ଗରିବ, ଅସହାୟ, ପଛୁଆବର୍ଗଙ୍କ ସେବା କରିବାରେ ସେ ସମାଜବାଦୀ ନେତା ଭାବେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ସେ ପଶ୍ଚିମ ଓଡ଼ିଶାର ସଂଗ୍ରାମୀ ନେତା ଭାବେ ବେଶ ପରିଚିତ ଥିଲେ। ୧୯୬୫ରେ ଅବିଭକ୍ତ କଳାହାଣ୍ଡି ଜିଲା ଚିରମରୁଡି ସମୟରେ ଲୋକଙ୍କୁ ପାଣି ମୁନ୍ଦାଏ ମିଳିବା କଷ୍ଟକର ଥିଲା। ସେହି ସମୟରେ କଳାହାଣ୍ଡି ସଂଗ୍ରାମୀ ବାର୍ତ୍ତା ରୂପେ ପାଏନ, ପୁଆଳ, ପଖାଳ ଦେ, ନାହିଁ ହେଲେ ଗାନ୍ଧୀବାଦୀ ଛାଡି ଦେ ବୋଲି ଗାଁ ଗାଁ ବୁଲି ନାରା ଦେଇ ଭୋକର ଭୂଗୋଳ କୁହାଯାଉଥିବା କଳାହାଣ୍ଡି ଜିଲାର ପିଲା ବିକ୍ରି, ଅନାହାର ମୃତ୍ୟୁ କଥା ବିଶ୍ୱ ଦରବାରକୁ ପହଞ୍ଚାଇବାର ମୁଖ୍ୟ ନାୟକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri