Posted inଖେଳ

ଅବସର ଘୋଷଣା କଲେ ଷ୍ଟାର ହକି ଖେଳାଳି

ନୂଆଦିଲ୍ଲୀ,୧।୧୦ : ଅଭିଜ୍ଞ ଭାରତୀୟ ପୁରୁଷ ହକି ଷ୍ଟ୍ରାଇକର ଏସ୍‌.ଭି. ସୁନୀଲ ଶୁକ୍ରବାର ଅବସର ଘୋଷଣା କରିଛନ୍ତି। ଏଥିସହ ଦୀର୍ଘ ୧୪ ବର୍ଷ କ୍ୟାରିୟରର ଅନ୍ତ ହୋଇଛି। ୨୦୧୪ ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିଥିବା ଭାରତୀୟ ଦଳର ସେ ସଦସ୍ୟ ଥିଲେ। ଦୁଇ ଦିନ ମଧ୍ୟରେ ତୃତୀୟ ଭାରତୀୟ ଖେଳାଳି ଭାବେ ସୁନୀଲ ଅବସର ନେଇଛନ୍ତି। ଗୁରୁବାର ଡ୍ରାଗ ଫ୍ଲିକର ରୂପିନ୍ଦର ପାଲ ସିଂ ଓ ଅଭିଜ୍ଞ ଡିଫେଣ୍ଡର ବୀରେନ୍ଦ୍ର ଲାକ୍ରା ମଧ୍ୟ ଅବସର ଘୋଷଣା କରିଥିଲେ।

କର୍ନାଟକରୁ ଆସିଥିବା ୩୨ ବର୍ଷୀୟ ସୁନୀଲ ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ ଦଳରେ ସ୍ଥାନ ପାଇ ନ ଥିଲେ। ସୁନୀଲ ଭାରତ ପାଇଁ ୨୬୪ଟି ମ୍ୟାଚ୍‌ ଖେଳି ମୋଟ ୭୨ ଗୋଲ ସ୍କୋର କରିଛନ୍ତି।

ତାଙ୍କ ପରିବାର ସେତେଟା ସ୍ବଚ୍ଛଳ ହୋଇ ନ ଥିବା ବେଳେ ସେ ପ୍ରଥମେ ବାଉଁଶ ବାଡିରେ ହକି ଖେଳିବା ଆରମ୍ଭ କରିଥିଲେ ବୋଲି ନିଜ ଟୁଇଟର ହ୍ୟାଣ୍ଡଲରେ ଉଲ୍ଲେଖ କରିଛନ୍ତି। ଅବସର ସଂକ୍ରାନ୍ତରେ ନିଷ୍ପତ୍ତି ନେବା ସେତେଟା ସହଜ ନ ଥିଲା। ଅଲିମ୍ପିକ୍ସ ଦଳରେ ସ୍ଥାନ ପାଇ ନ ଥିବାରୁ ଏହି ନିଷ୍ପତ୍ତି ନେବା ସେତେଟା କଷ୍ଟକର ମଧ୍ୟ ନ ଥିଲା। ଅଲିମ୍ପିକ୍ସ ଦଳରୁ ବାଦ୍‌ ପଡିବା ପରେ ମୋ ଭବିଷ୍ୟତ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା। ୨୦୨୪ ପ୍ୟାରିସ ଅଲିମ୍ପିକ୍ସକୁ ଆଉ ୩ ବର୍ଷ ବାକିଥିବା ବେଳେ ଯୁବ ଖେଳାଳିଙ୍କୁ ନେଇ ଏକ ଶକ୍ତିଶାଳୀ ଦଳ ଗଠନ କରିବାର ଆବଶ୍ୟକତା ରହିଛି ବୋଲି ସୁନୀଲ କହିଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri