ପୂର୍ବତନ ଭାରତୀୟ କ୍ରିକେଟର୍‌ ଚେତନ ଚୌହାନଙ୍କ ପରଲୋକ

ଲକ୍ଷ୍ନୌ, ୧୬।୮: ପୂର୍ବତନ ଭାରତୀୟ କ୍ରିକେଟର୍‌ ତଥା ବର୍ତ୍ତମାନ ଉତ୍ତର ପ୍ରଦେଶ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିବା ଚେତନ ଚୌହାନ କରୋନାରେ ପ୍ରାଣ ହରାଇଛନ୍ତି। କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ୭୩ ବର୍ଷୀୟ ଚୌହାନ ଶୁକ୍ରବାର ରାତିରୁ ଭେଣ୍ଟିଲେଟରରେ ଭର୍ତ୍ତି ହୋଇଥିଲେ। ଚେତନ ଏଥିପୂର୍ବରୁ ଜୁଲାଇ ୧୯ରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ସେ ଲକ୍ଷ୍ନୌସ୍ଥିତ ସଞ୍ଜୟ ଗାନ୍ଧୀ ପୋଷ୍ଟ ଗ୍ରାଜୁଏଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ (ଏସ୍‌ଜିପିଜିଆଇ)ରେ ରହି ଚିକିତ୍ସିତ ହୋଇ ଆସୁଥିଲେ। କିନ୍ତୁ କରୋନାକୁ ପରାସ୍ତ କରିବା ପୂର୍ବରୁ ଶୁକ୍ରବାର ରାତିରେ ତାଙ୍କର କିଡ୍‌ନୀ ଓ ବ୍ଲଡପ୍ରେସର ସମସ୍ୟା ଦେଖାଦେଇଥିଲା। ଫଳରେ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିଯିବାରୁ ଚୌହାନଙ୍କୁ ଗୁରୁଗ୍ରାମସ୍ଥିତ ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବା ସହିତ ଭେଣ୍ଟିଲେଟରେ ରଖାଯାଇଥିଲା। କିନ୍ତୁ ଚିକିତ୍ସାଧିନ ଅବସ୍ଥାନରେ ରବିବାର ଅପରାହ୍ନ ୪ଟା ୩୦ରେ ତାଙ୍କର ପରଲୋକ ଘଟିଥିଲା।
ବିଜେପି ସାଂସଦ ରହି ଆସିଥିବା ଚେତନ ଗତ ଉତ୍ତର ପ୍ରଦେଶ ନିର୍ବାଚନରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ବର୍ତ୍ତମାନ ସେ ଯୋଗୀ ଆଦିତ୍ୟନାଥ ସରକାରରେ ସାମରିକ କଲ୍ୟାଣ ମନ୍ତ୍ରଣାଳୟ, ହୋମଗାର୍ଡ, ପିଆର୍‌ଡି ଏବଂ ନାଗରିକ ସୁରକ୍ଷା ମନ୍ତ୍ରଣାଳୟ ମନ୍ତ୍ରୀ ରହିଥିଲେ।
ଓପନିଂ ବ୍ୟାଟ୍ସମ୍ୟାନ ଚେତନ ଚୌହାନ ୧୯୬୯ରୁ ୧୯୭୮ ପର୍ଯ୍ୟନ୍ତ ଭାରତ ପକ୍ଷରୁ ୪୦ ଟେଷ୍ଟ ଓ ୭ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରିଥିଲେ॥ ଲିଟିଲ୍‌ ମାଷ୍ଟର ସୁନିଲ ଗାଭାସ୍କରଙ୍କ ସବୁଠାରୁ ସଫଳ ଓପନିଂ ପାର୍ଟନରଶିପ୍‌ ଭାବେ ପରିଗଣିତ ହେଉଥିବା ଚୌହାନ ଟେଷ୍ଟରେ ୨,୦୮୪ ରନ୍‌ ଓ ଦିନିକିଆରେ ୧୫୩ ରନ କରିଥିଲେ। ଏଥିସହ ସେ ମହାରାଷ୍ଟ୍ର ଓ ଦିଲ୍ଲୀ ପକ୍ଷରୁ ମଧ୍ୟ ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳିଛନ୍ତି। ୧୭୯ ପ୍ରଥମ ଶ୍ରେଣୀ ମ୍ୟାଚ୍‌ରୁ ଚୌହାନ ୧୧ ହଜାର ୧୪୩ ରନ କରିଛନ୍ତି। ଏହା ମଧ୍ୟରେ ୨୧ ଶତକ ଓ ୫୯ ଅର୍ଦ୍ଧଶତକ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri