ପୂର୍ବତନ ଭାରତୀୟ କ୍ରିକେଟର୍‌ ଚେତନ ଚୌହାନଙ୍କ ପରଲୋକ

ଲକ୍ଷ୍ନୌ, ୧୬।୮: ପୂର୍ବତନ ଭାରତୀୟ କ୍ରିକେଟର୍‌ ତଥା ବର୍ତ୍ତମାନ ଉତ୍ତର ପ୍ରଦେଶ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିବା ଚେତନ ଚୌହାନ କରୋନାରେ ପ୍ରାଣ ହରାଇଛନ୍ତି। କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ୭୩ ବର୍ଷୀୟ ଚୌହାନ ଶୁକ୍ରବାର ରାତିରୁ ଭେଣ୍ଟିଲେଟରରେ ଭର୍ତ୍ତି ହୋଇଥିଲେ। ଚେତନ ଏଥିପୂର୍ବରୁ ଜୁଲାଇ ୧୯ରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ସେ ଲକ୍ଷ୍ନୌସ୍ଥିତ ସଞ୍ଜୟ ଗାନ୍ଧୀ ପୋଷ୍ଟ ଗ୍ରାଜୁଏଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ (ଏସ୍‌ଜିପିଜିଆଇ)ରେ ରହି ଚିକିତ୍ସିତ ହୋଇ ଆସୁଥିଲେ। କିନ୍ତୁ କରୋନାକୁ ପରାସ୍ତ କରିବା ପୂର୍ବରୁ ଶୁକ୍ରବାର ରାତିରେ ତାଙ୍କର କିଡ୍‌ନୀ ଓ ବ୍ଲଡପ୍ରେସର ସମସ୍ୟା ଦେଖାଦେଇଥିଲା। ଫଳରେ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିଯିବାରୁ ଚୌହାନଙ୍କୁ ଗୁରୁଗ୍ରାମସ୍ଥିତ ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବା ସହିତ ଭେଣ୍ଟିଲେଟରେ ରଖାଯାଇଥିଲା। କିନ୍ତୁ ଚିକିତ୍ସାଧିନ ଅବସ୍ଥାନରେ ରବିବାର ଅପରାହ୍ନ ୪ଟା ୩୦ରେ ତାଙ୍କର ପରଲୋକ ଘଟିଥିଲା।
ବିଜେପି ସାଂସଦ ରହି ଆସିଥିବା ଚେତନ ଗତ ଉତ୍ତର ପ୍ରଦେଶ ନିର୍ବାଚନରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ବର୍ତ୍ତମାନ ସେ ଯୋଗୀ ଆଦିତ୍ୟନାଥ ସରକାରରେ ସାମରିକ କଲ୍ୟାଣ ମନ୍ତ୍ରଣାଳୟ, ହୋମଗାର୍ଡ, ପିଆର୍‌ଡି ଏବଂ ନାଗରିକ ସୁରକ୍ଷା ମନ୍ତ୍ରଣାଳୟ ମନ୍ତ୍ରୀ ରହିଥିଲେ।
ଓପନିଂ ବ୍ୟାଟ୍ସମ୍ୟାନ ଚେତନ ଚୌହାନ ୧୯୬୯ରୁ ୧୯୭୮ ପର୍ଯ୍ୟନ୍ତ ଭାରତ ପକ୍ଷରୁ ୪୦ ଟେଷ୍ଟ ଓ ୭ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରିଥିଲେ॥ ଲିଟିଲ୍‌ ମାଷ୍ଟର ସୁନିଲ ଗାଭାସ୍କରଙ୍କ ସବୁଠାରୁ ସଫଳ ଓପନିଂ ପାର୍ଟନରଶିପ୍‌ ଭାବେ ପରିଗଣିତ ହେଉଥିବା ଚୌହାନ ଟେଷ୍ଟରେ ୨,୦୮୪ ରନ୍‌ ଓ ଦିନିକିଆରେ ୧୫୩ ରନ କରିଥିଲେ। ଏଥିସହ ସେ ମହାରାଷ୍ଟ୍ର ଓ ଦିଲ୍ଲୀ ପକ୍ଷରୁ ମଧ୍ୟ ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳିଛନ୍ତି। ୧୭୯ ପ୍ରଥମ ଶ୍ରେଣୀ ମ୍ୟାଚ୍‌ରୁ ଚୌହାନ ୧୧ ହଜାର ୧୪୩ ରନ କରିଛନ୍ତି। ଏହା ମଧ୍ୟରେ ୨୧ ଶତକ ଓ ୫୯ ଅର୍ଦ୍ଧଶତକ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri