ଭେଣ୍ଟିଲେଟରରେ ପୂର୍ବତନ ଭାରତୀୟ କ୍ରିକେଟର୍‌ ଚେତନ ଚୌହାନ

ଲକ୍ଷ୍ନୌ, ୧୫।୮: ପୂର୍ବତନ ଭାରତୀୟ କ୍ରିକେଟର୍‌ ତଥା ବର୍ତ୍ତମାନ ଉତ୍ତର ପ୍ରଦେଶ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିବା ଚେତନ ଚୌହାନଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ି ଯାଇଛି। କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ୭୩ ବର୍ଷୀୟ ଚୌହାନ ଶୁକ୍ରବାର ରାତିରୁ ଭେଣ୍ଟିଲେଟରରେ ଭର୍ତ୍ତି ହୋଇଛନ୍ତି। ଚେତନ ଏଥିପୂର୍ବରୁ ଜୁଲାଇ ୧୯ରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ସେ ଲକ୍ଷ୍ନୌସ୍ଥିତ ସଞ୍ଜୟ ଗାନ୍ଧୀ ପୋଷ୍ଟ ଗ୍ରାଜୁଏଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ (ଏସ୍‌ଜିପିଜିଆଇ)ରେ ରହି ଚିକିତ୍ସିତ ହୋଇ ଆସୁଥିଲେ। କିନ୍ତୁ କରୋନାକୁ ପରାସ୍ତ କରିବା ପୂର୍ବରୁ ଶୁକ୍ରବାର ରାତିରେ ତାଙ୍କର କିଡ୍‌ନୀ ଓ ବ୍ଲଡପ୍ରେସର ସମସ୍ୟା ଦେଖାଦେଇଥିଲା। ଫଳରେ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିଯିବାରୁ ଚୌହାନଙ୍କୁ ଗୁରୁଗ୍ରାମସ୍ଥିତ ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବା ସହିତ ଭେଣ୍ଟିଲେଟରେ ରଖାଯାଇଛି। ଦୁଇଥର ବିଜେପି ସାଂସଦ ରହି ଆସିଥିବା ଚେତନ ଗତ ଉତ୍ତର ପ୍ରଦେଶ ନିର୍ବାଚନରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ବର୍ତ୍ତମାନ ସେ ଯୋଗୀ ଆଦିତ୍ୟନାଥ ସରକାରରେ ସାମରିକ କଲ୍ୟାଣ ମନ୍ତ୍ରଣାଳୟ, ହୋମଗାର୍ଡ, ପିଆର୍‌ଡି ଏବଂ ନାଗରିକ ସୁରକ୍ଷା ମନ୍ତ୍ରଣାଳୟ ମନ୍ତ୍ରୀ ରହିଛନ୍ତି।
ଓପନିଂ ବ୍ୟାଟ୍ସମ୍ୟାନ ଚେତନ ଚୌହାନ ୧୯୬୯ରୁ ୧୯୭୮ ପର୍ଯ୍ୟନ୍ତ ଭାରତ ପକ୍ଷରୁ ୪୦ ଟେଷ୍ଟ ଓ ୭ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରିଛନ୍ତି। ଲିଟିଲ୍‌ ମାଷ୍ଟର ସୁନିଲ ଗାଭାସ୍କରଙ୍କ ସବୁଠାରୁ ସଫଳ ଓପନିଂ ପାର୍ଟନରଶିପ୍‌ ଭାବେ ପରିଗଣିତ ହେଉଥିବା ଚୌହାନ ଟେଷ୍ଟରେ ୨,୦୮୪ ରନ୍‌ ଓ ଦିନିକିଆରେ ୧୫୩ ରନ କରିଥିଲେ। ଏଥିସହ ସେ ମହାରାଷ୍ଟ୍ର ଓ ଦିଲ୍ଲୀ ପକ୍ଷରୁ ମଧ୍ୟ ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳିଛନ୍ତି। ୧୭୯ ପ୍ରଥମ ଶ୍ରେଣୀ ମ୍ୟାଚ୍‌ରୁ ଚୌହାନ ୧୧ ହଜାର ୧୪୩ ରନ କରିଛନ୍ତି। ଏହା ମଧ୍ୟରେ ୨୧ ଶତକ ଓ ୫୯ ଅର୍ଦ୍ଧଶତକ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri