ଭେଣ୍ଟିଲେଟରରେ ପୂର୍ବତନ ଭାରତୀୟ କ୍ରିକେଟର୍‌ ଚେତନ ଚୌହାନ

ଲକ୍ଷ୍ନୌ, ୧୫।୮: ପୂର୍ବତନ ଭାରତୀୟ କ୍ରିକେଟର୍‌ ତଥା ବର୍ତ୍ତମାନ ଉତ୍ତର ପ୍ରଦେଶ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିବା ଚେତନ ଚୌହାନଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ି ଯାଇଛି। କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ୭୩ ବର୍ଷୀୟ ଚୌହାନ ଶୁକ୍ରବାର ରାତିରୁ ଭେଣ୍ଟିଲେଟରରେ ଭର୍ତ୍ତି ହୋଇଛନ୍ତି। ଚେତନ ଏଥିପୂର୍ବରୁ ଜୁଲାଇ ୧୯ରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ସେ ଲକ୍ଷ୍ନୌସ୍ଥିତ ସଞ୍ଜୟ ଗାନ୍ଧୀ ପୋଷ୍ଟ ଗ୍ରାଜୁଏଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ (ଏସ୍‌ଜିପିଜିଆଇ)ରେ ରହି ଚିକିତ୍ସିତ ହୋଇ ଆସୁଥିଲେ। କିନ୍ତୁ କରୋନାକୁ ପରାସ୍ତ କରିବା ପୂର୍ବରୁ ଶୁକ୍ରବାର ରାତିରେ ତାଙ୍କର କିଡ୍‌ନୀ ଓ ବ୍ଲଡପ୍ରେସର ସମସ୍ୟା ଦେଖାଦେଇଥିଲା। ଫଳରେ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିଯିବାରୁ ଚୌହାନଙ୍କୁ ଗୁରୁଗ୍ରାମସ୍ଥିତ ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବା ସହିତ ଭେଣ୍ଟିଲେଟରେ ରଖାଯାଇଛି। ଦୁଇଥର ବିଜେପି ସାଂସଦ ରହି ଆସିଥିବା ଚେତନ ଗତ ଉତ୍ତର ପ୍ରଦେଶ ନିର୍ବାଚନରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ବର୍ତ୍ତମାନ ସେ ଯୋଗୀ ଆଦିତ୍ୟନାଥ ସରକାରରେ ସାମରିକ କଲ୍ୟାଣ ମନ୍ତ୍ରଣାଳୟ, ହୋମଗାର୍ଡ, ପିଆର୍‌ଡି ଏବଂ ନାଗରିକ ସୁରକ୍ଷା ମନ୍ତ୍ରଣାଳୟ ମନ୍ତ୍ରୀ ରହିଛନ୍ତି।
ଓପନିଂ ବ୍ୟାଟ୍ସମ୍ୟାନ ଚେତନ ଚୌହାନ ୧୯୬୯ରୁ ୧୯୭୮ ପର୍ଯ୍ୟନ୍ତ ଭାରତ ପକ୍ଷରୁ ୪୦ ଟେଷ୍ଟ ଓ ୭ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରିଛନ୍ତି। ଲିଟିଲ୍‌ ମାଷ୍ଟର ସୁନିଲ ଗାଭାସ୍କରଙ୍କ ସବୁଠାରୁ ସଫଳ ଓପନିଂ ପାର୍ଟନରଶିପ୍‌ ଭାବେ ପରିଗଣିତ ହେଉଥିବା ଚୌହାନ ଟେଷ୍ଟରେ ୨,୦୮୪ ରନ୍‌ ଓ ଦିନିକିଆରେ ୧୫୩ ରନ କରିଥିଲେ। ଏଥିସହ ସେ ମହାରାଷ୍ଟ୍ର ଓ ଦିଲ୍ଲୀ ପକ୍ଷରୁ ମଧ୍ୟ ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳିଛନ୍ତି। ୧୭୯ ପ୍ରଥମ ଶ୍ରେଣୀ ମ୍ୟାଚ୍‌ରୁ ଚୌହାନ ୧୧ ହଜାର ୧୪୩ ରନ କରିଛନ୍ତି। ଏହା ମଧ୍ୟରେ ୨୧ ଶତକ ଓ ୫୯ ଅର୍ଦ୍ଧଶତକ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ...

ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଗୋଟିଏ ବୟାନ ବଢାଇଲା କଂଗ୍ରେସର ଟେନସନ!

ନୂଆଦିଲ୍ଲୀ,୨୪।୪: ବର୍ତ୍ତମାନ ସମ୍ପତ୍ତି ବଣ୍ଟନ ଏବଂ ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଦେଶରେ ଅନେକ ରାଜନୈତିକ ବାକ୍‌ଯୁଦ୍ଧ ଚାଲିଛି। କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ...

ପୁଣିଥରେ କ୍ଷମା ମାଗିଲେ ବାବା ରାମଦେବ, କହିଲେ ଆଉଥରେ ହେବନି ଭୁଲ

ନୂଆଦିଲ୍ଲୀ,୨୪।୪: ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ ପରିଚାଳନା ନିର୍ଦ୍ଦେଶକ (MD) ବାଲକୃଷ୍ଣ ପୁନର୍ବାର ବିଭ୍ରାନ୍ତିକର ବିଜ୍ଞାପନ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri