Posted inଜାତୀୟ

ଉତ୍ତରପ୍ରଦେଶ ନିର୍ବାଚନ: ଯୋଗୀ ଆଦିତ୍ୟନାଥଙ୍କ ବିପକ୍ଷରେ ଲଢିବେ ବାଧ୍ୟତାମୂଳକ ଅବସର ନେଇଥିବା ଆଇପିଏସ୍

ଲକ୍ଷ୍ନୌ,୧୪ ।୮: ଭାରତୀୟ ପୋଲିସ ସେବା(ଆଇପିଏସ୍‌)ର ପୂର୍ବତନ ଅଧିକାରୀ ଅମିତାଭ ଠାକୁର ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତିରେ ପାଦ ରଖୁଛନ୍ତି । ସେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିପକ୍ଷରେ ଲଢିବେ ବୋଲି ଘୋଷଣା କରି ସାରିଲେଣି । ଉତ୍ତର ପ୍ରଦେଶ କ୍ୟାଡରର ଏହି ଆଇପିଏସ୍ ଅଧିକାରୀ ଅମିତାଭ ଠାକୁରଙ୍କୁ ସମୟପୂର୍ବରୁ ସେବା ନିବୃତ୍ତ କରାଯାଇଥିଲା । ଠାକୁର ଶନିବାର ସୂଚନା ଦେଇଛନ୍ତି କି ସେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିପକ୍ଷରେ ବିଧାନସଭା ନିର୍ବାଚନ ଲଢିବେ ଯୋଗୀ ଯେ କୌଣସି ଆସନରୁ ସେ ନିର୍ବାଚନ ଲଢନ୍ତୁନା କାହିଁକି । ଆଇପିଏସ୍ ଠାକୁର କହିଛନ୍ତି, ଯୋଗୀ ଆଦିତ୍ୟନାଥ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଅନେକ ଅଲୋକତାନ୍ତ୍ରୀକ, ଅରାଜକତା, ଦମନକାରୀ, ଉତ୍ପିଡନାତ୍ମକ ତଥା ବିଭେଦକାରୀ କାର୍ଯ୍ୟ କରିଛନ୍ତି । ଏହାର ବିରୋଧରେ ଠାକୁର ଯୋଗୀ ଆଦିତ୍ୟନାଥଙ୍କ ବିପକ୍ଷରେ ଲଢିବେ । ସୂଚନାଯୋଗ୍ୟ, ଗୃହ ମନ୍ତ୍ରଣାଳୟର ଏକ ନିର୍ଣ୍ଣୟକୁ ଅନୁପାଳନ କରି ମାର୍ଚ୍ଚ ୨୩ରେ ଆଇପିଏସ୍ ଅମିତାଭ ଠାକୁରଙ୍କୁ ସମୟ ପୂର୍ବରୁ ବା ବାଧ୍ୟତାମୂଳକ ଅବସର ଦିଆଯାଇଥିଲା । ସେଥିରେ କୁହାଯାଇଥିଲା କି ଶେଷ ପର୍ଯ୍ୟନ୍ତ ତାଙ୍କୁ କୌଣସି ପଦବୀରେ ରଖିବା ଲାଗି ସେ ଅନୁପଯୁକ୍ତ । ଏହା ଦର୍ଶାଇ ସମୟପୂର୍ବରୁ ତାଙ୍କୁ ଅବସର ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri