ପୂର୍ବତନ ବିଧାୟକ ନେଲସନ ସୋରେଙ୍ଗଙ୍କ ପରଲୋକ

ସୁନ୍ଦରଗଡ଼, ୨୩ା୭(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ରଘୁନାଥପାଲି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ବରିଷ୍ଠ ଓକିଲ ନେଲସନ ସୋରେଙ୍ଗଙ୍କ ବୁଧବାର ଅପରାହ୍ନରେ ତାଙ୍କ ସୁନ୍ଦରଗଡ଼ ମହେଶଡ଼ିହିସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ସେ ବହୁଦିନ ଧରି ଅସୁସ୍ଥ ଥିଲେ। ୧୯୪୬ରେ ଜନ୍ମଗ୍ରହଣ କରିଥିବା ସୋରେଙ୍ଗ ୧୯୭୪ରେ ପବ୍ଲିକ ସର୍ଭିସ କମିଶନ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପୋଲିସ ବିଭାଗରେ ୬ ବର୍ଷ ଧରି ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଭାବେ କାର୍ଯ୍ୟ କରିଥିଲେ। ଏହାସହ ରାଜ୍ୟପାଳଙ୍କ ସୁରକ୍ଷା ଅଧିକାରୀ ଭାବେ ମଧ୍ୟ କିଛି ଦିନ ନିୟୋଜିତ ଥିଲେ। ପରେ ଚାକିରିରୁ ଇସ୍ତଫା ଦେଇ ରାଜନୀତିରେ ଯୋଗ ଦେଇଥିଲେ। ୧୯୮୦ ସାଧାରଣ ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଭାବେ ରଘୁନାଥପାଲି ନିର୍ବାଚନମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ଜଣେ ବରିଷ୍ଠ ଓକିଲ ଭାବେ ମଧ୍ୟ ସୁନ୍ଦରଗଡ଼ ଅଞ୍ଚଳରେ ବେଶ୍‌ ପରିଚିତ ଥିଲେ। ତାଙ୍କ ପରଲୋକ ଖବର ପାଇ ଜିଲା ଓକିଲ ସଂଘର ବହୁ ଆଇନଜୀବୀ ଓ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

କନ୍ୟା ରାଶିରେ ବୁଧଙ୍କ ଗୋଚର: ୭ ସେପ୍ଟେମ୍ବରରୁ ଏହି ୫ ରାଶିଙ୍କ ଖୋଲିବ ଉନ୍ନତିର ରାସ୍ତା, ବଢ଼ିବ…

ବୈଦିକ ଜ୍ୟୋତିଷରେ ବୁଧଙ୍କୁ ବୁଦ୍ଧି, ବାଣୀ, ତର୍କ, ଗଣନା, ବ୍ୟବସାୟ ଓ ଯୋଗାଯୋଗର କାରକ ଗ୍ରହ ଭାବେ ମାନାଯାଏ। ତେଣୁ ବୁଧଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଜାତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri