ପୂର୍ବତନ ରାଷ୍ଟ୍ରପତିଙ୍କୁ ୧୧ ବର୍ଷ ଜେଲ୍‌

ମାଲେ,୨୬।୧୨: ମାଲଦ୍ୱୀପ କୋର୍ଟ ପୂର୍ବତନ ରାଷ୍ଟ୍ରପତି ଅବଦୁଲ୍ଲା ୟାମିନଙ୍କୁ ୧୧ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ୟାମିନ ଦୁର୍ନୀତି ଏବଂ ଅର୍ଥ ହେରଫେର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏହି ଅଭିଯୋଗରେ କୋର୍ଟ ୟାମିନଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ତାଙ୍କୁ ପାଞ୍ଚ ଲକ୍ଷ ଟଙ୍କା ଜୋରିମନା କରିଛନ୍ତି।
ସରକାରଙ୍କ ମାଲିକାନାରେ ଥିବା ଏକ ଦ୍ୱୀପ ଲିଜ ବଦଳରେ ୟାମିନ ଲାଞ୍ଚ ଗ୍ରହଣ କରିବାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ୟାମିନ ୨୦୧୩ ରୁ ୨୦୧୮ ପର୍ଯ୍ୟନ୍ତ ମାଲଦ୍ୱୀପର ରାଷ୍ଟ୍ରପତି ଥିଲେ। ସେ ୨୦୧୮ରେ ନିର୍ବାଚନ ହାରିଥିଲେ। ତେବେ ୨୦୨୩ରେ ହେବାକୁ ଥିବା ନିର୍ବାଚନ ପାଇଁ ୟାମିନଙ୍କୁ ପ୍ରଗତିଶୀଳ ପାର୍ଟି ଅଫ ମାଲଦ୍ୱୀପ ପାଇଁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷିତ କରାଯାଇଥିଲା।
ପୂର୍ବରୁ ହୋଇଥିବା ଦୁର୍ନୀତି ମାମଲାରେ ତାଙ୍କୁ ୨୦୧୯ରେ ପାଞ୍ଚ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା। ୨୦୧୯ରେ ୧ ମିଲିୟନ ଡଲାର ଅର୍ଥ ହଡପ କରିଥିବାରୁ ତାଙ୍କୁ ୫ ମିଲିୟନ ଡଲାର ଜୋରିମନା କରାଯାଇଥିଲା। ଦୋଷୀ ସାବ୍ୟସ୍ତ ହେବା ପରେ, ୟାମିନଙ୍କୁ ୨୦୨୦ରେ ଗିରଫ କରାଯାଇଥିଲା ଏବଂ ମାସକ ପରେ ତାଙ୍କୁ ମୁକ୍ତ କରାଯାଇଥିଲା।
ତେବେ ଦୁଇ ବର୍ଷ ପରେ ସୁପ୍ରିମକୋର୍ଟ ଏହି ରାୟକୁ ଖାରଜ କରି କହିଛନ୍ତି, ପ୍ରମାଣରେ ତ୍ରୁଟି ରହିଛି ଏବଂ ବ୍ୟକ୍ତିଗତ ଲାଭ ପାଇଁ ୟାମିନ ସରକାରୀ ପାଣ୍ଠିରୁ ୧ ମିଲିୟନ ଡଲାର ଲୁଟି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri