ପୂର୍ବତନ ରାଷ୍ଟ୍ରପତିଙ୍କୁ ୧୧ ବର୍ଷ ଜେଲ୍‌

ମାଲେ,୨୬।୧୨: ମାଲଦ୍ୱୀପ କୋର୍ଟ ପୂର୍ବତନ ରାଷ୍ଟ୍ରପତି ଅବଦୁଲ୍ଲା ୟାମିନଙ୍କୁ ୧୧ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ୟାମିନ ଦୁର୍ନୀତି ଏବଂ ଅର୍ଥ ହେରଫେର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏହି ଅଭିଯୋଗରେ କୋର୍ଟ ୟାମିନଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ତାଙ୍କୁ ପାଞ୍ଚ ଲକ୍ଷ ଟଙ୍କା ଜୋରିମନା କରିଛନ୍ତି।
ସରକାରଙ୍କ ମାଲିକାନାରେ ଥିବା ଏକ ଦ୍ୱୀପ ଲିଜ ବଦଳରେ ୟାମିନ ଲାଞ୍ଚ ଗ୍ରହଣ କରିବାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ୟାମିନ ୨୦୧୩ ରୁ ୨୦୧୮ ପର୍ଯ୍ୟନ୍ତ ମାଲଦ୍ୱୀପର ରାଷ୍ଟ୍ରପତି ଥିଲେ। ସେ ୨୦୧୮ରେ ନିର୍ବାଚନ ହାରିଥିଲେ। ତେବେ ୨୦୨୩ରେ ହେବାକୁ ଥିବା ନିର୍ବାଚନ ପାଇଁ ୟାମିନଙ୍କୁ ପ୍ରଗତିଶୀଳ ପାର୍ଟି ଅଫ ମାଲଦ୍ୱୀପ ପାଇଁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷିତ କରାଯାଇଥିଲା।
ପୂର୍ବରୁ ହୋଇଥିବା ଦୁର୍ନୀତି ମାମଲାରେ ତାଙ୍କୁ ୨୦୧୯ରେ ପାଞ୍ଚ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା। ୨୦୧୯ରେ ୧ ମିଲିୟନ ଡଲାର ଅର୍ଥ ହଡପ କରିଥିବାରୁ ତାଙ୍କୁ ୫ ମିଲିୟନ ଡଲାର ଜୋରିମନା କରାଯାଇଥିଲା। ଦୋଷୀ ସାବ୍ୟସ୍ତ ହେବା ପରେ, ୟାମିନଙ୍କୁ ୨୦୨୦ରେ ଗିରଫ କରାଯାଇଥିଲା ଏବଂ ମାସକ ପରେ ତାଙ୍କୁ ମୁକ୍ତ କରାଯାଇଥିଲା।
ତେବେ ଦୁଇ ବର୍ଷ ପରେ ସୁପ୍ରିମକୋର୍ଟ ଏହି ରାୟକୁ ଖାରଜ କରି କହିଛନ୍ତି, ପ୍ରମାଣରେ ତ୍ରୁଟି ରହିଛି ଏବଂ ବ୍ୟକ୍ତିଗତ ଲାଭ ପାଇଁ ୟାମିନ ସରକାରୀ ପାଣ୍ଠିରୁ ୧ ମିଲିୟନ ଡଲାର ଲୁଟି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri