Posted inଜାତୀୟ

କଂଗ୍ରେସକୁ ଝଟ୍‌କା: ମଣିପୁରର ପୂର୍ବତନ ପ୍ରଦେଶ ଅଧ୍ୟକ୍ଷ ଭାଜପାରେ ସାମିଲ

ନୂଆଦିଲ୍ଲୀ,୧ ।୮: ମଣିପୁର ପ୍ରଦେଶ କଂଗ୍ରେସ କମିଟି(ଏମ୍‌ପିସିସି)ର ପୂର୍ବତନ ଅଧ୍ୟକ୍ଷ ଗୋବିନ୍ଦଦାସ କନ୍ଥଉଜମ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହୋଇଛନ୍ତି । ସେ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂଙ୍କ ଉପସ୍ଥିତିରେ ଦଳର ସଦସ୍ୟତା ଗ୍ରହଣ କରିଛନ୍ତି । ଏହାପରେ ଗୋବିନ୍ଦଦାସ କହିଛନ୍ତି ଆସନ୍ତା ବର୍ଷ ମଣିପୁର ବିଧାନସଭା ନିର୍ବାଚନ ହେବାକୁ ଯାଉଛି ଆଉ ମୁଁ ଉକ୍ତ ନିର୍ବାଚନରେ ଭାଜପା ପାଇଁ ସମର୍ପିତ ଭାବେ କାମ କରିବି । ଦଳର ସଦସ୍ୟତା ନେବା ପରେ ସେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ସାକ୍ଷାତ୍ କରିଛନ୍ତି । ସୂଚନାଯୋଗ୍ୟ ଗୋବିନ୍ଦଦାସ ଗତ ମାସରେ ମଣିପୁର ବିଧାୟକ ଓ ଏମ୍‌ପିସିସିର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇ ଦେଇଥିଲେ । ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଦଳ ଛାଡିଥିବା କହିଥିଲେ । ଯାହା ପରେ କଂଗ୍ରେସକୁ ବଡ ଝଟକା ଲାଗିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri