ବିଜେଡି ଛାଡ଼ିଲେ ପୂର୍ବତନ ନଗରପାଳ

ଢେଙ୍କାନାଳ,୨୮।୨(ରତନ ନାୟାର): ଢେଙ୍କାନାଳ ପୌରସଂସ୍ଥାର ପୂର୍ବତନ ନଗରପାଳ ସୁଧାଂଶୁ କୁମାର ଦଳେଇ(ନବୀନ) ମଙ୍ଗଳବାର ବିଜୁ ଜନତା ଦଳ ଛାଡ଼ିଛନ୍ତି। ସେ ରାଜ୍ୟ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀଙ୍କୁ ଇସ୍ତଫା ପ୍ରଦାନ କରିଥିବା ସନ୍ଧ୍ୟାରେ ସୂଚନା ଦେଇଛନ୍ତି। ଏହାର ନକଲ ସେ ଜିଲା ବିଜେଡି ସଭାପତି ତଥା ପରଜଙ୍ଗ ବିଧାୟକ ଡା. ନୃସିଂହ ଚରଣ ସାହୁଙ୍କୁ ପ୍ରଦାନ କରିଥିବା ସୂଚନା ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନବୀନ ପ୍ରକାଶ କରିଛନ୍ତି। ଆସନ୍ତା ୨୯ ତାରିଖରେ ସେ ଭୁବନେଶ୍ୱରଠାରେ ଭାଜପାରେ ଯୋଗ ଦେବାର ସମ୍ଭାବନା ରହିଛି ବୋଲି ତାଙ୍କ ସମର୍ଥକମାନଙ୍କ ସୂତ୍ରରୁ ଜଣାପଡିଛି। ପ୍ରକାଶ ଯେ, ନବୀନ ଭାଜପାରୁ ୨୧ ଅକ୍ଟୋବର ୨୦୧୬ରେ ଢେଙ୍କାନାଳ ପୌରସଂସ୍ଥାର ନଗରପାଳ ହୋଇଥିଲେ। ଏହାପରେ ସେ ବିଜେଡିରେ ଯୋଗ ଦେଇଥିଲେ। ଏପରି କି ଜିଲା ବିଜେଡି ଉପସଭାପତି ପଦବୀରେ ମଧ୍ୟ ରହିଥିଲେ। ଗତ ପୌର ନିର୍ବାଚନରେ ତାଙ୍କ ସ୍ତ୍ରୀ ଅନିମା ନାୟକ ବିଜେଡି ପ୍ରାର୍ଥୀ ଭାବେ ସିଧାସଳଖ ନିର୍ବାଚନ ଲଢ଼ି ଭାଜପା ପ୍ରାର୍ଥୀ ତଥା ବର୍ତ୍ତମାନର ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ଠାରୁ ପରାସ୍ତ ହୋଇଥିଲେ। ଏକଦା ସ୍ଥାନୀୟ ବିଧାୟକଙ୍କ ସମର୍ଥକ ଥିବା ନବୀନ ପୌର ନିର୍ବାଚନରେ ସ୍ତ୍ରୀଙ୍କ ପରାଜୟ ପରେ ବିଜେଡିରେ ଏକପ୍ରକାର କୋଣଠେସା ହୋଇଯାଇଥିଲେ ବୋଲି ତାଙ୍କ ସମର୍ଥକଙ୍କ ପକ୍ଷରୁ କୁହାଯାଇଛି। ବିଜେଡିରୁ ତାଙ୍କ ଇସ୍ତଫାକୁ ନେଇ ସହରରେ ନାନା ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକୁ ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri