ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ

ଭୁବନେଶ୍ୱର, ୪।୧୦(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ମର ଶରୀରକୁ ରଖାଯାଇଛି। ବହୁ ମନ୍ତ୍ରୀ, ବିଧାୟକ ଓ ରାଜନେତା ତାଙ୍କ ଅନ୍ତିମ ଦର୍ଶନ କରିବା ଶହ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
ନିକଟରେ କରୋନା ସଂକ୍ରମିତ ହୋଇଥିଲେ ମହାରଥୀ। କୋଭିଡ୍‌ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୨ ଦିନ ତଳେ ହଠାତ୍‌ ତାଙ୍କର ସ୍ବାସ୍ଥ୍ୟବସ୍ଥା ବିଗିଡି ଯାଇଥିଲା। ଗୁରୁତର ହେବାରୁ ଭେଣ୍ଟିଲେଟରରେ ରଖି ଚିକିତ୍ସା କରାଯାଉଥିଲା।
୧୯୫୫ ମସିହା ଜୁଲାଇ ୪ ତାରିଖରେ ପୁରୀ ଜିଲା ପିପିଲିର ଖୋରାପଡ଼ା ଗାଁରେ ଜନ୍ମିତ ମହାରଥୀ ନିଜର ନିଆରା କଥାବାର୍ତ୍ତା ଶୈଳୀ ପାଇଁ ବେଶ୍‌ ପରିଚିତ ଥିଲେ। ୧୯୭୭ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟ କଲେଜର ଛାତ୍ର ସଂସଦ ସଭାପତିରେ ନିଜର ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ। ଏହା ପରେ ସେ ଆଉ ପଛକୁ ଫେରି ଚାହିଁ ନ ଥିଲେ। ୧୯୮୫ ମସିହାରେ ପ୍ରଥମ ଥର ପାଇଁ ବିଧାନସଭା ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପ୍ରଥମେ ସେ ଜନତା ପାର୍ଟି ଟିକେଟରେ ବିଜୟୀ ହୋଇଥିବା ବେଳେ ୧୯୯୦ ମସିହାରେ ଜନତା ଦଳ ଟିକେଟରେ ନିର୍ବାଚନ ଲଢ଼ି ଜିତିଥିଲେ। ସେହିପରି ବିଜୁ ଜନତା ଦଳ ଟିକେଟରେ ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ରେ ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ। ମହାରଥୀ ପଞ୍ଚାୟତରାଜ, ପାନୀୟ ଜଳ ଯୋଗାଣ, କୃଷି ଓ ମତ୍ସ୍ୟପାଳନ ଆଦି ଗୁରୁତ୍ୱପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri