କଂଗ୍ରେସରେ ମିଶିଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝି

ଭବାନୀପାଟଣା,୨୪ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ମନ୍ତ୍ରୀ ତଥା ଲାଞ୍ଜିଗଡ଼ ବିଧାୟକ ବଳଭଦ୍ର ମାଝି ବୁଧବାର ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ଭବାନୀପାଟଣା ମା’ ମାଣିକେଶରୀ ବିଶ୍ୱବିଦ୍ୟାଳୟ ଖେଳପଡ଼ିଆରେ ଆୟୋଜିତ କଂଗ୍ରେସର ମିଶ୍ରଣ ପର୍ବରେ ସମର୍ଥକଙ୍କ ସହ ବଳଭଦ୍ର ଶଙ୍ଖ ଛାଡ଼ି ହାତ ଧରିଛନ୍ତି। ମିଶ୍ରଣ ପର୍ବରେ ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ପ୍ରଭାରୀ ଅଜୟ କୁମାର, ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ, ବିଧାୟକ ସନ୍ତୋଷ ସିଂ ସାଲୁଜା, ଅଧିରାଜ ପାଣିଗ୍ରାହୀ ଓ ତାରା ପ୍ରସାଦ ବାହିନୀପତି ପ୍ରମୁଖ ଉପସ୍ଥିତ ଥିଲେ। ନିଜ ଅଞ୍ଚଳର ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସେ କଂଗ୍ରେସରେ ସାମିଲ ହୋଇଥିବା କହିଛନ୍ତି ବଳଭଦ୍ର।

ସୂଚନାଯୋଗ୍ୟ, ଗତ ଜାନୁଆରୀ ୮ରେ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ବିଜେଡିର ପୂର୍ବତନ ବିଧାୟକ ବଳଭଦ୍ର ମାଝି। ସେ ତାଙ୍କର ଇସ୍ତଫାପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିଥିଲେ।

ପ୍ରକାଶ ଯେ, ଲଗାତାର ଭାବରେ ୧୯୯୦ରୁ ବଳଭଦ୍ର ଲାଞ୍ଜିଗଡ଼ ବିଧାନସଭାରୁ ୫ଥର ନିର୍ବାଚିତ ହୋଇଥିଲେ। ହେଲେ ୨୦୧୯ରେ ଦଳ ତାଙ୍କୁ ଟିକେଟ ଦେଇ ନ ଥିଲା। ଟିକେଟ୍‌ କଟିବା ପରେ କର୍ମୀମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ତା’ପରେ ବି ସେ ବିଜେଡିରେ ସକ୍ରିୟ ଥିଲେ। ହେଲେ ଦଳରେ ଅବହେଳାର ଶିକାର ହୋଇଥିବା କାରଣରୁ ବଳଭଦ୍ର ବିଜେଡିରୁ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri