ପ୍ରିୟଙ୍କାଙ୍କ ହାତ ଧରିଲେ ଦିବ୍ୟଶଙ୍କର

ଭବାନୀପାଟଣା,୨୬ା୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ରବିବାର ଦ୍ବିତୀୟ ବିବାହ କରିଛନ୍ତି। ନିଜ ନିର୍ବାଚନ ମଣ୍ଡଳୀସ୍ଥିତ ଦେକୋଟ ଗ୍ରାମର ଭବାନୀ ଅଗସ୍ତିଙ୍କ ଝିଅ ପ୍ରିୟଙ୍କାଙ୍କ ହାତ ଧରିଛନ୍ତି ଦିବ୍ୟଶଙ୍କର। ପୁରୀ ଜିଲା ପିପିଲିର ଦି ଆଡଭେଞ୍ଚର କନ୍‌ଭେନ୍‌ସନ୍‌ରେ ଏହି ବିବାହ ଉତ୍ସବ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନରେ ଉଭୟଙ୍କର ନିର୍ବନ୍ଧ ସରିଥିଲା। ପରେ ଉଭୟଙ୍କ ବାହାଘର ଅନୁଷ୍ଠିତ ହୋଇଛି। ବିବାହ ଉତ୍ସବରେ କେବଳ ସମ୍ପର୍କୀୟ ଓ ଅତି ପାଖ ଲୋକ ସାମିଲ ଥିଲେ। ଯେଉଁମାନଙ୍କ ନିକଟରେ ପାସ୍‌ ଅଛି ସେମାନଙ୍କୁ ବିବାହ ଉତ୍ସବକୁ ଛାଡ଼ିବା ପାଇଁ ଅନୁମତି ରହିଥିଲା।

ପ୍ରାପ୍ତ ସୂଚନା ଅନୁଯାୟୀ,ଏହି ବାହାଘରରେ କନ୍ୟାଘରର ୨୮ ଜଣ ଓ ବରଘରର ୩୨ଜଣ ସାମିଲ ହୋଇଥିଲେ। ଦିବ୍ୟଶଙ୍କର ପୁଣି ବିବାହ କରୁଥିବା ସୋସିଆଲ ମିଡିଆରେ ଚର୍ଚ୍ଚା ହୋଇଥିଲା, ଯାହା ଏବେ ସତ ହୋଇଛି ।

ତେବେ ଏହା ଉଭୟଙ୍କ ଦିତୀୟ ବିବାହ। ଏହା ପୂର୍ବରୁ ଦିବ୍ୟଶଙ୍କର ଜୟପାଟଣାରେ ବିବାହ କରିଥିଲେ। କୌଣସି କାରଣ ପାଇଁ ସେ ତାଙ୍କ ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେଇଥିଲେ। ଦିବ୍ୟଶଙ୍କରଙ୍କର ଗୋଟିଏ ପୁଅ ବି ଅଛନ୍ତି। ସେ ଲଣ୍ଡନରେ ଥିବା ଜଣାଯାଇଛି। ଏଣେ ପ୍ରିୟଙ୍କାଙ୍କର ମଧ୍ୟ ଏହା ଦ୍ବିତୀୟ ବିବାହ। ଆଗରୁ ସେ ମାନସ ପଣ୍ଡା ନାମକ ଜଣେ ବ୍ୟକ୍ତିଙ୍କୁ ବିବାହ କରିଥିଲେ। ପରେ ଉଭୟଙ୍କ ଛାଡ଼ପତ୍ର ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…

କିଏ ଏମାନଙ୍କୁ ଜନ୍ମ ଦେଇଛି… Gen-Z ପ୍ରତିବାଦକୁ ନେଇ ବିଦାଦୀୟ ମନ୍ତ୍ୱ୍ୟ ଦେଲେ କଙ୍ଗନା

ନୂଆଦିଲ୍ଲୀ,୨୮।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ବିକ୍ଷୋଭ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ଲୋକସଭାରେ ସ୍ଲୋଗାନ ଦେଇଥିଲେ ଏବଂ ହଟ୍ଟଗୋଳ ସୃଷ୍ଟି କରିଥିଲେ।…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ବଡ଼ ଆଡମ୍ବରରେ ଉତ୍ସବ ପାଳନ କଲା CJP; ହେଲେ ବଡ଼ କଥା କହିଦେଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କୋକ୍ରୋଚ ଜନତା ପାର୍ଟି (CJP)ର ସଦସ୍ୟମାନେ ହୋଟେଲରେ ମହା ଆଡମ୍ବରରେ ଉତ୍ସବ ପାଳନ କରୁଥିବା ଏକ…

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଶେଷ ବିଦାୟ: ସାମିଲ ହେଲେ ହଜାର ହଜାର ଲୋକ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ସୁଶାନ୍ତ ସିଂଙ୍କୁ ମଙ୍ଗଳବାର ଶେଷ ବିଦାୟ ଦିଆଯାଉଛି। ଏହି କ୍ରମରେ ସକାଳୁ ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ହଲଦିପାଲି…

ଆମେରିକା ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବଡ଼ ବୟାନ, ଜାଣନ୍ତୁ ତାଙ୍କର ଉଦ୍ଦେଶ୍ୟ କ’ଣ

ଜେରୁଜେଲମ,୨୮।୭: ଇରାନ ସହିତ ଯୁଦ୍ଧ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ପ୍ରଥମ ଥର ପାଇଁ ଟ୍ରମ୍ପଙ୍କୁ ଭେଟିବା ପାଇଁ ଆମେରିକାରେ ପହଞ୍ଚିଛନ୍ତି। ଆମେରିକା ଯିବା ପୂର୍ବରୁ, ନେତାନ୍ୟାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri