କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ପଟ୍ଟାଙ୍ଗି/କୋରାପୁଟ,୧୮।୨(ଶରତ କୁମାର ଧଳ/ଅମିତାଭ ବେହେରା): କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି । ତେବେ ଦଳ ଛାଡିବାର ସେ ଏକ ରୋଚକ କାରଣ ଦର୍ଶାଇଛନ୍ତି । ଦଳକୁ ସମୟ ଦେଇ ପାରୁନଥିବାରୁ ଇସ୍ତଫା ଦେଇଥିବା କହିଛନ୍ତି । କୈଣସି ରାଜନୈତିକ ଦଳରେ ନରହି ଅନ୍ୟ ମାନଙ୍କ ସହଯୋଗ ରେ ନିଜେ ଗଢି ଥିବା ଦଣ୍ଡକାର୍ଣୀୟ ଦଳ ଦ୍ୱାରା ସ୍ୱତନ୍ତ୍ର ରାଜ୍ୟ ଗଠନ କରିବା ପାଇଁ ସଂଗ୍ରାମ କରିବି ବୋଲି ଜଣାଇଛନ୍ତି ।

କହିରଖିଛୁକି, ଗତ ୨୦୨୩ ମସିହାରେ ସେ କଂଗ୍ରେସରେ ଯୋଗ ଦେଇଥିଲେ ।  ଜୟରାମ ଗତ ୪ ଥର ବିଧାୟକ ହୋଇଥିବା ବେଳେ ଥରେ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଗତ ୧୯୭୭ରେ ଜନତା ପାର୍ଟି ଟିକେଟ୍‌ରେ ପଟ୍ଟାଙ୍ଗୀ ଆସନରୁ ପ୍ରଥମେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୧୯୯୦ରେ ସେ ଏହି ଆସନରୁ ବିଜୟୀ ହୋଇଥିଲେ। ସେହିପରି ଗତ ୨୦୦୦ ଏବଂ ୨୦୦୪ରେ ଜୟରାମ ବିଜେଡି ଟିକେଟ୍‌ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

୨୦୦୯ରେ ସେ ବିଜେଡିରୁ କୋରାପୁଟ ଲୋକ ସଭାକୁ ନିର୍ବାଚିତ ହୋଇ ବିଜୁ ପଟ୍ଟନାୟକଙ୍କ ମନ୍ତ୍ରୀ ମଣ୍ଡଳରେ ଅବକାରୀ ମନ୍ତ୍ରୀ ହୋଇଥିଲେ। ୨୦୧୭ରେ ସେ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଥିଲେ। ସେହିପରି ଗତ ୨୦୧୯ ସାଧାରଣ ନିର୍ବାଚନରେ ସେ ଭାଜପାରୁ କୋରାପୁଟ ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇ ନିର୍ବାଚନରେ ପରାଜିତ ହୋଇଥିଲେ। ବର୍ତ୍ତମାନ ସେ ପୁଣି କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । କହିରଖୁଛୁ କି, ଦଣ୍ଡକାରଣ୍ୟ ପର୍ବତାଞ୍ଚଳ ବିକାଶ ପରିଷଦ ଗଠନ କରି ନେତୃତ୍ବ ନେଉଛନ୍ତି ଜୟରାମ ।

ଏନେଇ କଂଗ୍ରେସ ଦଳର ଜିଲା ସଭାପତି ରୁପକ ତୁରୁକଙ୍କୁ ଯୋଗାଯୋଗ କରିବାକୁ ଚେଷ୍ଟା କରିଥିଲେ ସୁଦ୍ଧା ତାହା ସମ୍ଭବପର ହୋଇପାରି ନାହିଁ । ଅନ୍ୟପକ୍ଷରେ ଜୟରାମ ପାଙ୍ଗୀ ବିଜେପି ଦଳ ଛାଡି କଂଗ୍ରେସ ଦଳରେ ଯୋଗଦାନ ଦେବା ପରଠାରୁ ତାଙ୍କୁ ଏକ ପ୍ରକାର କୋଣ ଠେସା କରି ରଖା ଯାଇଥିବା ବେଳେ ଦଳରେ ନିର୍ବାଚିତ ହୋଇ ଆସିଥିବା ସାଂସଦ କିମ୍ବା ବିଧାୟକ ତାଙ୍କ ପ୍ରତି କୈଣସି ଗୁରୁତ୍ୱ ଦେଇ ନଥିବା ଚର୍ଚ୍ଚାର ବିଷୟ ପାଲଟିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri