କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ପଟ୍ଟାଙ୍ଗି/କୋରାପୁଟ,୧୮।୨(ଶରତ କୁମାର ଧଳ/ଅମିତାଭ ବେହେରା): କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି । ତେବେ ଦଳ ଛାଡିବାର ସେ ଏକ ରୋଚକ କାରଣ ଦର୍ଶାଇଛନ୍ତି । ଦଳକୁ ସମୟ ଦେଇ ପାରୁନଥିବାରୁ ଇସ୍ତଫା ଦେଇଥିବା କହିଛନ୍ତି । କୈଣସି ରାଜନୈତିକ ଦଳରେ ନରହି ଅନ୍ୟ ମାନଙ୍କ ସହଯୋଗ ରେ ନିଜେ ଗଢି ଥିବା ଦଣ୍ଡକାର୍ଣୀୟ ଦଳ ଦ୍ୱାରା ସ୍ୱତନ୍ତ୍ର ରାଜ୍ୟ ଗଠନ କରିବା ପାଇଁ ସଂଗ୍ରାମ କରିବି ବୋଲି ଜଣାଇଛନ୍ତି ।

କହିରଖିଛୁକି, ଗତ ୨୦୨୩ ମସିହାରେ ସେ କଂଗ୍ରେସରେ ଯୋଗ ଦେଇଥିଲେ ।  ଜୟରାମ ଗତ ୪ ଥର ବିଧାୟକ ହୋଇଥିବା ବେଳେ ଥରେ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଗତ ୧୯୭୭ରେ ଜନତା ପାର୍ଟି ଟିକେଟ୍‌ରେ ପଟ୍ଟାଙ୍ଗୀ ଆସନରୁ ପ୍ରଥମେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୧୯୯୦ରେ ସେ ଏହି ଆସନରୁ ବିଜୟୀ ହୋଇଥିଲେ। ସେହିପରି ଗତ ୨୦୦୦ ଏବଂ ୨୦୦୪ରେ ଜୟରାମ ବିଜେଡି ଟିକେଟ୍‌ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

୨୦୦୯ରେ ସେ ବିଜେଡିରୁ କୋରାପୁଟ ଲୋକ ସଭାକୁ ନିର୍ବାଚିତ ହୋଇ ବିଜୁ ପଟ୍ଟନାୟକଙ୍କ ମନ୍ତ୍ରୀ ମଣ୍ଡଳରେ ଅବକାରୀ ମନ୍ତ୍ରୀ ହୋଇଥିଲେ। ୨୦୧୭ରେ ସେ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଥିଲେ। ସେହିପରି ଗତ ୨୦୧୯ ସାଧାରଣ ନିର୍ବାଚନରେ ସେ ଭାଜପାରୁ କୋରାପୁଟ ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇ ନିର୍ବାଚନରେ ପରାଜିତ ହୋଇଥିଲେ। ବର୍ତ୍ତମାନ ସେ ପୁଣି କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । କହିରଖୁଛୁ କି, ଦଣ୍ଡକାରଣ୍ୟ ପର୍ବତାଞ୍ଚଳ ବିକାଶ ପରିଷଦ ଗଠନ କରି ନେତୃତ୍ବ ନେଉଛନ୍ତି ଜୟରାମ ।

ଏନେଇ କଂଗ୍ରେସ ଦଳର ଜିଲା ସଭାପତି ରୁପକ ତୁରୁକଙ୍କୁ ଯୋଗାଯୋଗ କରିବାକୁ ଚେଷ୍ଟା କରିଥିଲେ ସୁଦ୍ଧା ତାହା ସମ୍ଭବପର ହୋଇପାରି ନାହିଁ । ଅନ୍ୟପକ୍ଷରେ ଜୟରାମ ପାଙ୍ଗୀ ବିଜେପି ଦଳ ଛାଡି କଂଗ୍ରେସ ଦଳରେ ଯୋଗଦାନ ଦେବା ପରଠାରୁ ତାଙ୍କୁ ଏକ ପ୍ରକାର କୋଣ ଠେସା କରି ରଖା ଯାଇଥିବା ବେଳେ ଦଳରେ ନିର୍ବାଚିତ ହୋଇ ଆସିଥିବା ସାଂସଦ କିମ୍ବା ବିଧାୟକ ତାଙ୍କ ପ୍ରତି କୈଣସି ଗୁରୁତ୍ୱ ଦେଇ ନଥିବା ଚର୍ଚ୍ଚାର ବିଷୟ ପାଲଟିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଇରାନକୁ ନେଇ ନେତାନ୍ୟାହୁଙ୍କ ଚେତାବନୀ,’ପରମାଣୁ ବିପଦ…’

ନୂଆଦିଲ୍ଲୀ, ୨୫।୧୦: ଇରାନର ପରମାଣୁ ଅସ୍ତ୍ର ହାସଲ ଉଦ୍ୟମକୁ ଇସ୍ରାଏଲର ଅସ୍ତିତ୍ୱ ପ୍ରତି ବଡ଼ ବିପଦ ବୋଲି ଦର୍ଶାଇଛନ୍ତି ଲେଖକ ୟୁଭାଲ ବ୍ଲୁମବର୍ଗ । ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ବର୍ଷିଲେ ଅମିତ ଶାହା, ସବୁ ମର୍ଯ୍ୟାଦା….

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ବିବାଦୀୟ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଏହାକୁ…

ଡକାୟତି ଘଟଣାର ପର୍ଦ୍ଦାଫାସ କଲା ପାଟପୁର ପୋଲିସ, ଜେଲ୍ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଏକ ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି । ଛିନତାଇ ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ରବିବାର…

ବୈଭବଙ୍କୁ ୩ ନମ୍ବରରେ ଖେଳାଇବା ନେଇ ଅଶ୍ୱିନଙ୍କ ପ୍ରଶ୍ନ, କହିଲେ ପାଣି ବାହାରେ ମାଛ…

ନୂଆଦିଲ୍ଲୀ, ୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୧୫ ବର୍ଷୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଭାରତୀୟ ଚୂଡ଼ାନ୍ତ ଏକାଦଶରେ ସୁଯୋଗ ମିଳିଥିଲା। ଈଶାନ କିଶନ…

୨.୬୦ କୋଟି ସରକାରୀ ପାଣ୍ଠି ଆତ୍ମସାତ ମାମଲା, ୬ମାସ ପରେ ଫେରାର ବନ ସହାୟକ ବାବୁଲୁ ଗିରଫ

ଭବାନୀପାଟଣା,୨୫।୧୦(ଉତ୍ତମ କୁମାର ଦାଶ): ସରକାରୀ ପାଣ୍ଠି ଆତ୍ମସାତ ମାମଲାରେ ଓଡ଼ିଶା ଭିଜିଲାନ୍ସକୁ ମିଳିଛି ଏକ ବଡ଼ ସଫଳତା। ନୂଆପଡା ଜିଲା ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଡିଏଫ୍ଓ କାର୍ଯ୍ୟାଳୟର…

ଜଟଣୀରେ RBI ଡାଟା ସେଣ୍ଟର ଉଦଘାଟନ କରି ବଡ଼ କଥା କହିଲେ ମୋଦି, ଓଡ଼ିଶାର ଯୁବପିଢ଼ିଙ୍କ ପାଇଁ ବଢ଼ିବ….

ଖୋର୍ଦ୍ଧା,୨୫।୧୦(ପ୍ରଭାତ ପାଣିଗ୍ରାହୀ): ଜଟଣୀ ଇନ୍‌ଫୋଭାଲି-୨ରେ RBI ଡାଟା ସେଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଉଦଘାଟନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅର୍ଥମନ୍ତ୍ରୀ ନିର୍ମଳା…

ଜୟଶଙ୍କରଙ୍କ ବଡ଼ ବୟାନ, କହିଲେ ମୂକଦର୍ଶକ ହୋଇ….

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱରେ ଜାରି ରହିଥିବା ଯୁଦ୍ଧକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର । ସେ କହିଛନ୍ତି, ଯେକୌଣସି ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?